Posted inଜାତୀୟ

୧୫ ଦିନର ଶିଶୁକୁ ବଞ୍ଚାଇବା ପାଇଁ ୩୫୦ମିନିଟରେ ୪୦୦ କିଲୋମିଟର ଦୌଡିଲା ଆମ୍ବୁଲାନ୍ସ

ଥିରୁଭାନନ୍ତପୁରମ୍‌, ୧୮।୪: ୧୫ଦିନ ଶିଶୁର ଜୀବନ ବଞ୍ଚାଇବା ପାଇଁ କେରଳ ସରକାର ଓ ସାଧାରଣ ଲୋକେ ମିଶି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଜନ୍ମରୁ ହୃଦ୍‌ରୋଗରେ ପୀଡିତ ଶିଶୁଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ନିର୍ଦ୍ଦେଶରେ ଏକ ଗ୍ରୀନ କରିଡର ନିର୍ମାଣ କରାଯାଇଥିଲା। ଏହି କରିଡରରେ ୫ଘଣ୍ଟା ୫୦ମିନିଟରେ ୪୦୦ କିଲୋମିଟର ଆମ୍ବୁଲାନ୍ସ ଚାଲିଥିଲା। ସୂଚନାଯୋଗ୍ୟ, ଉତ୍ତର କାସରଗୋଡ ଜିଲାର ଏକ ଡାକ୍ତରଖାନାରେ ୧୫ଦିନ ତଳେ ଶିଶୁଟିଏ ଜନ୍ମ ନେଇଥିଲେ। ଜନ୍ମ ପରେ ଶିଶୁଟିକୁ ନିଃଶ୍ୱାସ ନେବାରେ କଷ୍ଟ ହେବା ସହ ସେ ନିମୋନିଆ, କିଡନୀଜନିତ ରୋଗରେ ପୀଡିତ ଥିଲେ। ପରେ ତାଙ୍କୁ ମାଙ୍ଗାଲୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଏଠାରେ ଉପଯୁକ୍ତ ଚିକିତ୍ସା ଉପଲବ୍ଧ ନ ଥିବାରୁ ଖୁବଶୀଘ୍ର ଶିଶୁଟିକୁ କୋଚି ହସ୍ପିଟାଲରେ ଭର୍ତ୍ତି କରିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। କିନ୍ତୁ ଏତେ ବାଟ ଶିଶୁଟିକୁ ଆମ୍ବୁଲାନ୍ସରେ ନେବା ସହଜ ନ ଥିବାରୁ ଶିଶୁଟିର ମାତାପିତା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଗୁହାରି କରିଥିଲେ। ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାର ପଦକ୍ଷେପ ନେଇ ଫେସବୁକରେ କେରଳ ଜନତାଙ୍କୁ ରାସ୍ତାରେ ବେଶୀ ଭିଡ ନ ଜମାଇବା ପାଇଁ ଅପିଲ କରିଥିଲେ। ଶେଷରେ ପୋଲିସ ପ୍ରଶାସନ, ସ୍ଥାନୀୟ ଲୋକେ ଓ ସରକାରଙ୍କ ଉପଯୁକ୍ତ ତାଳମେଳରେ ଏହି ମିଶନ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri