୧୫ ଦୋକାନ, ମଲ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍‌ଲକ୍‌-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍‌ଡାଉନ୍‌ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର ଲକ୍‌ଡାଉନ୍‌-୫ରେ ନିୟମକୁ ସ୍ବଳ୍ପ ମାତ୍ରାରେ କୋହଳ କରିଛନ୍ତି। ଯାହାଫଳରେ ଏବେ ଜନସାଧାରଣ କରୋନା କଟକଣାକୁ ଖିଲାପ କରୁଥିବା ନଜରକୁ ଆସୁଛି। ବିଶେଷ କରି ବଜାର, ହାଟରେ ଗହଳିକୁ ଏଡ଼ାଇବା ଓ ଦୋକାନ ବଜାରରେ ସାମାଜିକ ଦୂରତ୍ୱ ନିୟମ ନ ମାନିବା ନଜରକୁ ଆସିଛି। ତେବେ ଏନେଇ ବୁଧବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅତିରିକ୍ତ କମିସନର (୨) ଅବନି ପଟ୍ଟନାୟକ ଉତ୍ତର, ଦକ୍ଷିଣ-ପଶ୍ଚିମ, ଦକ୍ଷିଣ-ପୂର୍ବ ଜୋନାଲ ଡେପୁଟି କମିଶନରମାନଙ୍କୁ କାରଣ ଦର୍ଶାଓ ନୋଟିସ୍‌ ଦେବା ପରେ ଏବେ ଜୋନାଲ ଡେପୁଟି କମିଶନରଙ୍କ ନିଦ ଭାଙ୍ଗିଛି। ଗୁରୁବାର ଗୋଟିଏ ଦିନରେ ବିଏମ୍‌ସି, ବିଡିଏ ମିଳିତ ଟିମ୍‌ ପକ୍ଷରୁ ୩ ଜୋନ୍‌ରେ ୬ଟି ସ୍କ୍ବାର୍ଡ ୧୫ ଦୋକାନ ଓ ମଲ୍‌ ସିଲ୍‌ କରିଥିବା ଜଣାପଡ଼ିଛି। ବିଶେଷ କରି କୋଭିଡ୍‌-୧୯ ନିୟମ ନମାନିବା, ସାମଜିକ ଦୂରତ୍ୱ ନିୟମ ପାଳନ ନ କରିବା ଓ ମାସ୍କ ଏବଂ ସାନିଟାଇଜରର ବ୍ୟବହାରକୁ ନେଇ ସ୍କ୍ବାର୍ଡ ପକ୍ଷରୁ ଏହି ସିଲ୍‌ ପ୍ରକ୍ରିୟା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri