୧୫ ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି

ଢେଙ୍କାନାଳ ଅଫିସ/କାମାକ୍ଷାନଗର,୨୪ା୨: ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ବିରିବୋଲେଇ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ଜିଲାର ମୋଟ୍‌ ୧୫ଟି ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ମାଟ୍ରିକ ପରୀକ୍ଷା ଶେଷହେବା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। କପି ରୋକିବା ପାଇଁ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତାବ କ୍ରମେ କାମାକ୍ଷାନଗର, ଢେଙ୍କାନାଳ ଓ ହିନ୍ଦୋଳ ଉପଜିଲାପାଳଙ୍କ ପକ୍ଷରୁ ଏହି ଧାରା ଜାରି କରାଯାଇଛି। ଫଳରେ ପରୀକ୍ଷା କେନ୍ଦ୍ରଗୁଡିକରେ ନାଲି ପତାକା ଲଗାଯିବା ସହିତ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏହି ପରୀକ୍ଷା କେନ୍ଦ୍ରଗୁଡିକ ହେଲା ହିନ୍ଦୋଳ ବ୍ଲକର ଦୁଦୁରକୋଟ ଓ ରାସୋଳ, ଢେଙ୍କାନାଳ ଉପଖଣ୍ଡର ରାଧାଦେଇପୁର ଓ ନୂଆଗଡ ବୋଲି ହିନ୍ଦୋଳ ଉପଜିଲାପାଳ ଉଦୟନାଥ ମହାପାତ୍ର ଓ ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଜଣାଇଛନ୍ତି। ସେହିପରି କାମାକ୍ଷାନଗର ଉପଖଣ୍ଡର ୧୧ଟି ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି କରାଯାଇଛି ବୋଲି ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। କାମାକ୍ଷାନଗର ଉପଖଣ୍ଡର ଏହି କେନ୍ଦ୍ରଗୁଡିକ ହେଲା ସିଦ୍ଧେଶ୍ୱରୀ ବିଦ୍ୟାପୀଠ, କୁସୁମଯୋଡି ହାଇସ୍କୁଲ, ନିଗମାନନ୍ଦ ହାଇସ୍କୁଲ, ମୂଷା ମଲିକ ହାଇସ୍କୁଲ, ଜନପ୍ରଭା ହାଇସ୍କୁଲ, ମଠକରଗୋଳା ହାଇସ୍କୁଲ, ନୂଆ ଭୁବନ ହାଇସ୍କୁଲ, କଙ୍କଡାହାସୋଡା ହାଇସ୍କୁଲ, ରୋଡ ହାଇସ୍କୁଲ ଓ ରଘୁନାଥଜୀଉ ହାଇସ୍କୁଲ ବୋଲି ସୂଚନା ମିଳିଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି କୁହନ୍ତି ଯେ, କଙ୍କଡାହାଡ ବ୍ଲକ ବିରିବୋଲେଇ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ୧୪୪ ଧାରା ଲାଗୁ ହେବ। କାମାକ୍ଷାନଗର ଉପଖଣ୍ଡରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଲାଗୁ ପାଇଁ ଉପଜିଲାପାଳଙ୍କୁ ଜଣାଯାଇଛି। ଏ ସମ୍ପର୍କରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ କୁହନ୍ତି, କପିଳାସ ଜାଗରଯାତ୍ରା ପାଇଁ ପୋଲିସ ଫୋର୍ସ ସେଠାରେ ନିୟୋଜିତ ଥିବାରୁ ୧୪୪ଧାରା ଲାଗୁ କରିବା ପାଇଁ ଘୋଷଣା ହୋଇପାରି ନ ଥିଲା ା ବର୍ତ୍ତମାନ କାମାକ୍ଷାନଗର ଏସ୍‌ଡିପିଓଙ୍କୁ ଏ ସମ୍ପର୍କରେ ଘୋଷଣା କରିବା ପାଇଁ ଜଣାଇ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri