୧୫ ଫୁଟ ଖାଲରୁ ଭାଲୁ ଉଦ୍ଧାର

ଝରିଗାଁ,୨୬ା୧୨(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କାଦମଲ୍ଲୀ ଗ୍ରାମର ଏକ ଚାଷ ଜମିରେ ଖୋଳା ଯାଇଥିବା ୧୫ଫୁଟ ଖାଲରୁ ଏକ ଭାଲୁକୁ ବୁଧବାର ବନବିଭାଗ ଉଦ୍ଧାର କରିଛି। କାଦମଲ୍ଲୀ ଗ୍ରାମର ଅରକ୍ଷିତ ମାଝି ନିଜ ଚାଷଜମିରେ ପାଣି ପାଇଁ କିଛି ଦିନ ତଳେ ଏକ ଗାତ ଖୋଳିଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ସେହି ଖାଲରେ ଗୋଟିଏ ଭାଲୁ ପଡିଯାଇଥିଲା। ବୁଧବାର ସକାଳୁ କୌଣସି ବନ୍ୟଜନ୍ତୁ ଜମିରେ ଗର୍ଜନ କରୁଥିବା ଅରକ୍ଷିତ ଶୁଣିବାକୁ ପାଇଥିଲେ। ଜମିରେ ଖୋଳିଥିବା ଖାଲରେ ଭାଲୁ ପଡିଥିବା ସେ ଦେଖିଥିଲେ। ଗ୍ରାମବାସୀଙ୍କ ସହାୟତାରେ ଝରିଗାଁ ବନ ବିଭାଗକୁ ଏ ସମ୍ପର୍କରେ ଜଣାଇଥିଲେ। ଖବରପାଇ ରେଞ୍ଜର ମୁକୁନ୍ଦ ଦିଶାରୀ, ଫରେଷ୍ଟର ହରେଲାଲ ନିଆଲ, ଚନ୍ଦ୍ରଧ୍ୱଜ ଲାମତା, ରାଜୁ ମଣ୍ଡଳ ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥଲେ। ଏହାପରେ ଜିଲା ବନ ବିଭାଗକୁ ଜଣାଇବା ପରେ ପାପଡାହାଣ୍ଡି ବନ ବିଭାଗ ଅଧିକାରୀ ଏ.ମନୋଜଙ୍କ ନେତୃତ୍ୱରେ ଏକ ଟିମ୍‌ କାଦମଲ୍ଲୀ ଗ୍ରାମରେ ପହଞ୍ଚିଥିଲେ। ବହୁ ସମୟ ଧରି ବନ କର୍ମଚାରୀ ଚେଷ୍ଟା କରିବା ପରେ ଖାଲରୁ ଭାଲୁକୁ ଉଦ୍ଧାର କରାଯାଇ ଏକ ଯନ୍ତାରେ ରଖାଯାଇଥିଲା। ଭାଲୁର ବୟସ ପ୍ରାୟ ୧୦ ବର୍ଷ ହୋଇଥିବା ବେଳେ ଓଜନ ୧୨୦ କେଜି ରହିଛି। ଭାଲୁର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରାଯିବା ପରେ ନିକଟରେ ରହିଥିବା ଇଚ୍ଛାପୁର ଜଙ୍ଗଲରେ ପୁଣି ଛଡ଼ାଯିବ ବୋଲି ଫରେଷ୍ଟର ହରେଲାଲ୍‌ ହିଆଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri