୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍‌

ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି ଚିକିତ୍ସକ କହିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଗୀତା ମଞ୍ଜୁନାଥ ନାମକ ଜଣେ ମହିଳାଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍‌ ପକ୍ଷରୁ ‘ନିରାମଇ’ ଡିଭାଇସ୍‌ ତିଆରି କରାଯାଇଛି। ଏହା ସହାୟତାରେ ମାତ୍ର ୧୫ ମିନିଟ୍‌ ମଧ୍ୟରେ ସ୍ତନକର୍କଟ ଚିହ୍ନଟ କରାଯାଇପାରୁଛି। ଏହି ଥର୍ମାଲ ସେନସର ଡିଭାଇସ୍‌ ୫ ମିଲିମିଟର ଆକାରର ଟ୍ୟୁମରକୁ ସହଜରେ ଚିହ୍ନଟ କରିପାରୁଛି। ଏହାଦ୍ୱାରା ଇତିମଧ୍ୟରେ ୨୫ ହଜାର ମହିଳାଙ୍କ ସ୍ତନକର୍କଟ ଚିହ୍ନଟ ହୋଇପାରିଛି। ଏହା ୩୦ରୁ ଅଧିକ ହସ୍ପିଟାଲରେ ଉପଲବ୍ଧ ହେଉଛି। ନିଜ ଦାଦା ଝିଅ ଭଉଣୀଙ୍କର ସ୍ତନକର୍କଟରେ ମୃତ୍ୟୁ ହେବା ପରେ ଗୀତା ଏଭଳି ଡିଭାଇସ୍‌ ତିଆରି କରିବା ପାଇଁ ଅଣ୍ଟା ଭିଡ଼ିଥିଲେ। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁସାରେ ସମ୍ପ୍ରତି ଭାରତରେ ପ୍ରତି ୧ ଲକ୍ଷ ମହିଳାଙ୍କ ମଧ୍ୟରେ ୨୬ ଜଣ ସ୍ତନକର୍କଟରେ ପୀଡ଼ିତ। ସେମାନଙ୍କ ମଧ୍ୟରୁ ୬୦ ପ୍ରତିଶତ ମହିଳାଙ୍କ କ୍ଷେତ୍ରରେ ଏହାର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରି ନ ଥାଏ। ସେହିପରି ୬୬ ପ୍ରତିଶତ ଏଥିରୁ ଚିକିତ୍ସା ପରେ ସୁସ୍ଥ ହୋଇଥାନ୍ତି। ଅପରପକ୍ଷରେ ପୃଥିବୀର ବିଭିନ୍ନ ବିକଶିତ ରାଷ୍ଟ୍ରରେ ୯୦ ପ୍ରତିଶତ ମହିଳା ଚିକିତ୍ସା ପରେ ସ୍ତନକର୍କଟରୁ ମୁକ୍ତ ହୋଇପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri