ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ଏମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୧୩ଜଣ ଓ ଦ୍ୱାଦଶ ଶ୍ରେଣୀର ଦୁଇଜଣ ବିଦ୍ୟାର୍ଥୀ ମନ୍ତ୍ରୀଙ୍କଠାରୁ ଲାପ୍ଟପ୍ ଗ୍ରହଣ କରିଥିଲେ। ଏଥିସହ ଜାତୀୟ ସ୍ତରରେ ଉନ୍ନତ ର଼୍ୟାଙ୍କ୍ ପ୍ରଦର୍ଶନ ପାଇଁ ଗଞ୍ଜାମ ଜିିଲା ପୋଲସରାର ହାତୀଓଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ଏବଂ ବାରିପଦାର ରାଣୀଭୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମଣ୍ଡଳଙ୍କୁ ମନ୍ତ୍ରୀ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗ୍ରିକ ବିକାଶରେ ବିନିଯୋଗ କରାଯିବ।
ରାଜ୍ୟ ଶିକ୍ଷା ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।
ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା
ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…
ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା
ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ
ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…
ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…
ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ
ଓ୍ବାଶିଂଟନ୍,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…
Archives

