ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ ଭଲ ପାଠ ପଢ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ପରାମର୍ଶ ଦେବା ସହିତ ଏମାନଙ୍କୁ ଉତ୍ସାହିତ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସରରେ ଦଶମ ଶ୍ରେଣୀର ୧୩ଜଣ ଓ ଦ୍ୱାଦଶ ଶ୍ରେଣୀର ଦୁଇଜଣ ବିଦ୍ୟାର୍ଥୀ ମନ୍ତ୍ରୀଙ୍କଠାରୁ ଲାପ୍ଟପ୍ ଗ୍ରହଣ କରିଥିଲେ। ଏଥିସହ ଜାତୀୟ ସ୍ତରରେ ଉନ୍ନତ ର଼୍ୟାଙ୍କ୍ ପ୍ରଦର୍ଶନ ପାଇଁ ଗଞ୍ଜାମ ଜିିଲା ପୋଲସରାର ହାତୀଓଟସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଷଡ଼ଙ୍ଗୀ ଏବଂ ବାରିପଦାର ରାଣୀଭୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ବିଭୂତି ଭୂଷଣ ମଣ୍ଡଳଙ୍କୁ ମନ୍ତ୍ରୀ ମାନପତ୍ର ସହ ୨୫ ହଜାର ଟଙ୍କା ପ୍ରଦାନ କରିଥିଲେ। ଏହି ଅର୍ଥ ସମ୍ପୃକ୍ତ ବିଦ୍ୟାଳୟ ଦୁଇଟିର ସାମଗ୍ରିକ ବିକାଶରେ ବିନିଯୋଗ କରାଯିବ।
ରାଜ୍ୟ ଶିକ୍ଷା ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା, ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସ୍ବାଗତ ଭାଷଣ ଓ ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।
ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା
ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…
‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା
ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…
ଇରାନର ବଡ଼ ଅନୁରୋଧ ରଖିଲା ଫିଫା
ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…
ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ
ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…
ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…
ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ
ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…
ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..
ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…
ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…
ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…
Archives

