Posted inରାଜ୍ୟ

୧୫ ଯାଏ ରାଜ୍ୟସାରା ବର୍ଷା: ୧୪ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ମୁହାଁଇ ଓ୍ବେଲମାର୍କରେ ପରିଣତ ହେବ। ଏହାର ପ୍ରଭାବରେ ବୁଧବାର ଓ ଗୁରୁବାର ଉତ୍ତର, ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୧୪ ଜିଲାରେ ପ୍ରବଳ ଝଡ଼ ବର୍ଷା ହେବ। ଉକ୍ତ ଜିଲାଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଯାଜପୁର, ଭଦ୍ରକ ଓ ନୟାଗଡ଼। ଏହି ଜିଲାଗୁଡ଼ିକୁ ହାଇ ଆଲର୍ଟ କରାଯାଇଛି। ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବ। ଆସନ୍ତା ୧୫ ତାରିଖ ଯାଏ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri