୧୫ଶହ କୋଟିର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ୨୦୨୩ ହକି ବିଶ୍ୱକପ୍‌ ସୁନ୍ଦରଗଡ଼ରେ ଆୟୋଜନ ପାଇଁ ନିଷ୍ପତ୍ତି

ସୁନ୍ଦରଗଡ, ୩।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧୫ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ପରେ ଭବାନୀଭବନ ପଡିଆଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ହକିର ପ୍ରଚାର ପ୍ରସାର ଓ ଖେଳାଳୀଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ପାଇଁ ରାଜ୍ୟସରକାରଙ୍କ ତରଫରୁ ବହୁ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ୨୦୨୩ରେ ଓଡ଼ିଶାରେ ହେବାକୁ ଥିବା ହକି ବିଶ୍ୱକପ୍‌ ସୁନ୍ଦରଗଡ଼ ଜିଲାରେ ଆୟୋଜନ ପାଇଁ ସରକାର ନିଷ୍ପତ୍ତି ନେଇଛି। ଆଦିବାସୀଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ସହ ପାରମ୍ପାରିକ ସାଂସ୍କୃତିକ ପରମ୍ପରାକୁ ବଜାୟ ରଖିବା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି। ରାଜ୍ୟ ସରକାର ମୋ ସରକାର କାର୍ଯ୍ୟକ୍ରମ ମାଧ୍ୟମରେ ଶାସନ ବ୍ୟବସ୍ଥାରେ ସ୍ବଚ୍ଛତା ଓ ବିକାଶ ପାଇଁ ପଦକ୍ଷେପ ନେଇଛନ୍ତି। ବିଜେଡିର ନେତୃତ୍ୱାଧୀନ ସରକାର ରାଜନୀତିରେ ନୁହେଁ, ଲୋକଙ୍କ ସେବାରେ ବିଶ୍ୱାସ ରଖେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ବର୍ତ୍ତମାନ ୧୫ଶହ କୋଟିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରେ ଆଗାମୀ ଦିନରେ ଜିଲାର ଆହୁରି ବିଭିନ୍ନ ପ୍ରକାର ବିକାଶମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଜିଲାବାସୀଙ୍କୁ ଉତ୍ତମ ଓ ଉଚ୍ଚମାନର ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଖୁବ୍‌ଶୀଘ୍ର ମେଡିକାଲ କଲେଜ ଓ ହସ୍ପିଟାଲ ଲୋକାର୍ପିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ସୁନ୍ଦରଗଡ଼ ଜିଲା ବିଜୁ ଜନତା ଦଳ ସଭାପତି ବିନୟ ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ, ରାଜଗାଙ୍ଗପୁରର ପୂର୍ବତନ ବିଧାୟକ ମଙ୍ଗଳା କିଶାନ, ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ, ପୂର୍ବତନ ରାଜ୍ୟସଭା ଏମ୍‌ପି ଦିଲ୍ଲୀପ ତିର୍କୀ, ବିଜେଡି ନେତ୍ରୀ ସୁନୀତା ବିଶ୍ୱାଳ, ସୁନ୍ଦରଗଡ ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri