୧୫୦ କେଜି ଗଞ୍ଜେଇ ଜବତ, ୪ଗିରଫ

ଚିତ୍ରକୋଣ୍ଡା,୨୭ା୧୧(ଡି.ଏନ.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ ନିକଟସ୍ଥ ମନ୍ତ୍ରୀପୁଟ ଛକଠାରେ ମଙ୍ଗଳବାର ରାତି ୧୧ଟାରେ ପାଟ୍ରୋଲିଂ କରୁଥିବା ଚିତ୍ରକୋଣ୍ଡା ପୋଲିସ ଚୋରାଚାଲାଣ ହେଉଥିବା ୧୫୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ବିହାର ସହରମ ଜିଲା ପାଇଗା ଗ୍ରାମର ରାମ ପ୍ରସାଦ ଯାଦବଙ୍କ ପୁଅ ବିନୋଦ ଯାଦବ(୨୬),ବିହାର ଛପ୍ରା ଜିଲା ଶାଳଖୁଙ୍ଗ ଗ୍ରାମର ବଂଶୀ ମାଝୀଙ୍କ ପୁଅ ରାଜ କୁମାର ମାଝୀ(୪୯), ପାଟନା ଜିଲା ବସନ୍ତ ଗ୍ରାମର ଦେବୀ ମାଝୀଙ୍କ ପୁଅ ଭବାନୀ ମାଝୀ (୫୯) ଏବଂ ପାଟନା ଜିଲା ଗୋସଗ୍ରୀ ଗ୍ରାମର ସିଂଗ୍ରାଙ୍କ ପୁଅ ବିମିଲି ଦେବୀ (୫୦)। ମଙ୍ଗଳବାର ରାତିରେ ଥାନା ଅଧିକାରୀ ଯୁଗଳ ଶବରଙ୍କ ନେତୃତ୍ୱରେ ଏସଆଇ ସଂଗ୍ରାମ କେଶରୀ ପାଇକରାୟଙ୍କସହ କର୍ମଚାରୀମାନେ ମନ୍ତ୍ରୀପୁଟ ଛକରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଦୋରାଗୁଡା ପଞ୍ଚାୟତ ବଡ଼ପୁଟ ଛକ ଦେଇ ଏକ ଇଣ୍ଡିଗୋ ଗାଡ଼ି (ଜେଏଚ୍‌ ୦୧ଆର-୪୬୪୧) ଦ୍ରୁତ ଗତିରେ ଯାଉଥିବା ଦେଖି ପୋଲିସ ଏହାକୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡ଼ିରୁ ଉପରୋକ୍ତ ପରିମାଣର ଗଞ୍ଜେଇ ବାହାରିଥିଲା। ଏଥିରେ ସମ୍ପୃକ୍ତ ଉପରୋକ୍ତ ୪ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରିବାରୁ ସେମାନେ ଗୁଣ୍ଠାୱାର୍ଡାରୁ ବିହାରକୁ ଏହି ଗଞ୍ଜେଇ ଚାଲାଣ କରୁଥିବା ପ୍ରକାଶ କରିଥିଲେ। କେସ୍‌ ନଂ. ୧୪୫/୧୯ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri