Posted inଖେଳ

୧୫୦ ଟେଷ୍ଟ ମ୍ୟାଚ୍‌ ଖେଳିବାରେ ଆଣ୍ଡରସନ ପ୍ରଥମ ଦ୍ରୁତ ବୋଲର

ସେଞ୍ଚୁରିୟନ, ୨୬।୧୨- ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ ହାସଲ କରିଥିବା ଜେମ୍ସ ଆଣ୍ଡରସନ ଗୁରୁବାର ଆଉ ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ ଦ୍ରୁତ ବୋଲର ଭାବେ ଆଣ୍ଡରସନ ଟେଷ୍ଟ କ୍ରିକେଟ୍‌ରେ ଦେଢ଼ଶହ ମ୍ୟାଚ୍‌ ଖେଳିବାର କୃତୀତ୍ୱ ଲାଭ କରିଛନ୍ତି। ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସ୍ଥାନୀୟ ସୁପର୍‌ ସ୍ପୋଟର୍‌ସ ପାର୍କଠାରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଅବସରରେ ୩୭ ବର୍ଷୀୟ ଆଣ୍ଡରସନ ଏହି ସଫଳତା ପାଇଛନ୍ତି। ଦ୍ରୁତ ବୋଲର ଭାବେ ସର୍ବାଧିକ ମ୍ୟାଚ୍‌ ଖେଳିବା ତାଲିକାରେ ଆଣ୍ଡରସନଙ୍କ ପଛକୁ ଷ୍ଟୁଆର୍ଟ ବ୍ରଡ୍‌ (୧୩୫), କର୍ଟନୀ ଓ୍ବାଲ୍ସ (୧୩୨) ରହିଛନ୍ତି। ତେବେ ବିଶ୍ୱର ୯ମ କ୍ରିକେଟର୍‌ ଭାବେ ସେ ୧୫୦ତମ ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର (୨୦୦ ଟେଷ୍ଟ) ସର୍ବାଗ୍ରେ ରହିଛନ୍ତି। ତେବେ ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଖେଳିବାର ରେକର୍ଡ ଆଲ୍‌ଷ୍ଟର କୁକ (୧୬୧)ଙ୍କ ନାମରେ ରହିଛି। ଆଣ୍ଡରସନ ମାତ୍ର ୨୦ ବର୍ଷ ବୟସରେ ୨୦୦୩ରେ ଜିମ୍ବାଓ୍ବେ ବିପକ୍ଷରେ ଟେଷ୍ଟ ପଦାର୍ପଣ କରିଥିଲେ। ଇଂଲଣ୍ଡ ପକ୍ଷରୁ ସର୍ବାଧିକ ଟେଷ୍ଟ ଉଇକେଟ୍‌ (୫୭୫) ନେବାର ରେକର୍ଡ ତାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri