Posted inଖେଳ

୧୫୦୦ ମି. ଦୌଡ଼ରେ ନିଜ ରେକର୍ଡ ଭାଙ୍ଗିଲେ ଜିନ୍‌ସନ

ବର୍ଲିନ୍‌,୨।୯(ପିଟି): ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ପଦକଧାରୀ ଜିନ୍‌ସନ ଜନ୍‌ସନ ଆଇଏସ୍‌ଟିଏଏଫ୍‌ ଇଭେଣ୍ଟର ୧୫୦୦ ମିଟର ଦୌଡ଼ରେ ରୌପ୍ୟ ପଦକ ଜିତିବା ସହ ସୃଷ୍ଟି କରିଛନ୍ତି ନୂଆ ଜାତୀୟ ରେକର୍ଡ। ଏହି ଦୌଡ଼ରେ ଜନ୍‌ସନ ୩ ମିନିଟ୍‌ ୩୫.୨୪ ସେକେଣ୍ଡ ଟାଇମିଂ ହାସଲ କରିଛନ୍ତି। ଅଲିମ୍ପିକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଇଭେଣ୍ଟରେ ଆମେରିକାର ଜୋଶୁଆ ଥମ୍ପ୍‌ସନଙ୍କୁ ସ୍ବର୍ଣ୍ଣ ପଦକ ମିଳିଛି। ପୂର୍ବରୁ ଏହି ଜାତୀୟ ରେକର୍ଡ ୨୮ ବର୍ଷୀୟ କେରଳ ଧାବକଙ୍କ ନାମରେ ଥିଲା। ସେ ଗତ ଜୁନ୍‌ରେ ନେଦରଲାଣ୍ଡ ନିଜମେଗେନ ୩:୩୭.୬୨ ଟାଇମିଂ ହାସଲ କରିଥିଲେ। ତାଙ୍କ ନାମରେ ୮୦୦ ମି. ଦୌଡ଼ ଇଭେଣ୍ଟର ମଧ୍ୟ ଜାତୀୟ ରେକର୍ଡ ରହିଛି। ନିଜ ଜାତୀୟ ରେକର୍ଡ ଭାଙ୍ଗିବା ସହ ଜନ୍‌ସନ ଦୋହାଠାରେ ଚଳିତ ମାସ ୨୮ରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଇଭେଣ୍ଟ ପାଇଁ ୩:୩୬.୦୦ସେ. କ୍ୱାଲିଫାଇଂ ଟାଇମ ଥିଲା। ମୁଁ ନୂଆ ଜାତୀୟ ରେକର୍ଡ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଥିଲି। କିନ୍ତୁ ରୌପ୍ୟ ଜିତିବା ନେଇ ଆଶା ନ ଥିଲା। ମୁଁ ଏବେ ଟ୍ରେନିଂ ପାଇଁ ଆମେରିକାର କଲୋଲଡୋ ଓ ପରେ ଦୋହା ବିଶ୍ୱ ଚାମ୍ପିୟନଶିପ୍‌ ଯିବି ବୋଲି ଇଭେଣ୍ଟ ପରେ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri