Posted inଖେଳ

୧୫୦୦ତମ ମ୍ୟାଚ୍‌ରେ ଫେଡରରଙ୍କ ବିଜୟ

ବାସେଲ, ୨୨।୧୦ (ଏଏଫ୍‌ପି)- ସୁଇଜରଲାଣ୍ଡର କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ନିଜ କ୍ୟାରିୟରର ୧୫୦୦ତମ ମ୍ୟାଚ୍‌ ଖେଳିଛନ୍ତି। ସୁଇସ୍‌ ଇନ୍‌ଡୋର୍ସ ପ୍ରତିଯୋଗିତା ଅବସରରେ ଫେଡରର ଏହି ମାଇଲଖୁଣ୍ଟ ସ୍ପର୍ଶ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏହି ମ୍ୟାଚ୍‌ରେ ବିଜୟ ଲାଭ କରି ସେ ଏହାକୁ ଆହୁରି ସ୍ମରଣୀୟ କରିଛନ୍ତି। ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ୩୮ ବର୍ଷୀୟ ଫେଡରର ୬-୨, ୬-୧ ସିଧାସଳଖ ସେଟ୍‌ରେ ଜର୍ମାନୀର ଯୋଗ୍ୟତା ଅର୍ଜନକାରୀ ଖେଳାଳି ପିଟର୍‌ ଗୋଜୋଓ୍ବଜିକଙ୍କୁ ହରାଇଛନ୍ତି। ବାସେଲରେ ଏହା ତାଙ୍କର କ୍ରମାଗତ ୨୧ତମ ବିଜୟ ଥିଲା। ସେହିଭଳି ମୋଟ୍‌ ଉପରେ ଏହି ଟୁର୍ନାମେଣ୍ଟରେ ତାଙ୍କ ବିଜୟ-ପରାଜୟ ୭୨-୯ରେ ପହଞ୍ଚତ୍ଛି। ଯଦି ଫେଡରର ଏଠାରେ ଚାମ୍ପିୟନ ହୁଅନ୍ତି ତେବେ କ୍ୟାରିୟରର ୧୦ମ ଥର ଲାଗି ସୁଇସ୍‌ ଇନ୍‌ଡୋର୍ସ ଟାଇଟଲ୍‌ ହାସଲ କରିବେ। ସେହିଭଳି ମୋଟ୍‌ ଉପରେ ଏହା ତାଙ୍କ ୧୦୩ତମ ଟାଇଟଲ୍‌ ବିଜୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri