Posted inଗଜପତି

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସଂରକ୍ଷିତ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ୮୨.୫ ଏକର ଜମିରେ ଲଗାଯାଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି । ଆର.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି, ଆର.ଉଦୟଗିରି ଥାନା ଅଧିକାରିଣୀ ମମତା ନାୟକ, ଅବକାରୀ ନିରୀକ୍ଷକ ପଦ୍ମଚରଣ ସାହୁ, ଏସ୍‌ଆଇ ଜି. ସୁରିୟା ବାବୁ, ଚିତ୍ତରଞ୍ଜନ ଜେନା, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଓ ସ୍ଥାନୀୟ ପୋଲିସ କର୍ମଚାରୀମାନେ ମିଳିତ ଭାବେ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କଟର ମେଶିନ ସାହାଯ୍ୟରେ ଗଞ୍ଜେଇ ଗଛ ନଷ୍ଟ କରିଥିଲେ , ଯାହାର ଆନୁମାନିକ ମୂଲ୍ୟ ୧୬ କୋଟି ୫୦ ଲକ୍ଷ ଟଙ୍କା ହେବ ବୋଲି ଏସ୍‌ଡିପିଓ ମହାନ୍ତି କହିଛନ୍ତି। ମାଜିଷ୍ଟ୍ରେଟ ଦାୟିତ୍ୱରେ ଆର.ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri