୧୬ ବର୍ଷ ଭିତରେ ଏମିତି ବଦଳି ଯାଇଛନ୍ତି ପୂର୍ବତନ ବିଶ୍ୱ ସୁନ୍ଦରୀ, ବିନା ମେକ୍‌ଅପ୍‌ରେ ଶେୟାର କଲେ ଫଟୋ

ସୋସିଆଲ ମିଡିଆରେ ବଲିଉଡ୍‌ ଅଭିନେତ୍ରୀମାନେ ବିନା ମେକ୍‌ଅପ୍‌ର ଫଟୋ ଶେୟାର କରି ଚର୍ଚ୍ଚାରେ ରହୁଛନ୍ତି। ସେମାନଙ୍କୁ ମଧ୍ୟରୁ ଜଣେ ପୂର୍ବତନ ବିଶ୍ୱସୁନ୍ଦରୀ ଫ୍ୟାନ୍‌ମାନଙ୍କ ପାଇଁ ଏକ ଫଟୋ ଶେୟାର କରିଛନ୍ତି । ଆଉ କେହି ନୁହନ୍ତି, ସେ ହେଉଛନ୍ତି ଲାରା ଦତ୍ତ। ଲାରା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଯେଉଁଥିପାଇଁ ଫ୍ୟାନମାନଙ୍କ ସହ ତାଙ୍କର ଫଟୋ ଶେୟାର କରିବାକୁ ଆଦୌ ଭୁଲୁନାହାନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ବିନା ମେକ୍‌ଅପ୍‌ରେ ଥିବା ଏକ ଫଟୋ ଶେୟାର କରିଛନ୍ତି। ଫଟୋଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଲାରା କ୍ୟାପ୍‌ଶନ ଲେଖିଛନ୍ତି ‘ସକାଳର ଚେହେରା’‘ଭୟ କରନା’। ନିଜ ଫଟୋ ସହିତ ପୋଷା କୁକୁର କିକିର ଫଟୋ ବି ଶେୟାର କରିଛନ୍ତି।

ଲାରାଙ୍କ ବିନା ମେକ୍‌ଅପ୍‌ ଫଟୋକୁ ୟୁଜରମାନେ ଖୁବ୍‌ ପସନ୍ଦ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ନ୍ୟାଚୁରାଲ। ଅନ୍ୟ ଜଣେ ଲେଖିଛନ୍ତି ଲାରା ଖୁବ୍‌ ସୁନ୍ଦର। ଏହା ପୂର୍ବରୁ ବିନା ମେକ୍‌ଅପ୍‌ରେ କରୀନା କପୁର, କାଜଲ ଅଗ୍ରଓ୍ବାଲ, ସୋନମ କପୁର ସୋସିଆଲ ମିଡିଆରେ ଫଟୋ ଶେୟାର କରିସାରିଛନ୍ତି। କିନ୍ତୁ ଲାରାଙ୍କ ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରି ସୁନ୍ଦର ମତାମତ ମଧ୍ୟ ଦେଇଛନ୍ତି। କହିରଖୁଛୁ, ୧୬ ବର୍ଷ ପୂର୍ବରୁ ଲାରା ପ୍ରଥମେ ‘ଅନ୍ଦାଜ’ ଫିଲ୍ମରେ ଅଭିନୟ କରିଥିଲେ। ପ୍ରଥମ ଫିଲ୍ମରେ ଲାରାଙ୍କୁ ଆଓ୍ବାର୍ଡ ମିଳିଥିଲା।

୨୦୧୧ରେ ଲାରା ଟେନିସ୍‌ ଖେଳାଳି ମହେଶ ଭୂପତିଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ତାଙ୍କର ଏକ ଝିଅ ଅଛି। ବିବାହ ପରେ ଲାରା କମ୍‌ ଫିଲ୍ମରେ ନଜର ଆସିଛନ୍ତି। ସିଙ୍ଗ୍‌ ଇଜ୍‌ କିଙ୍ଗ୍‌, ଡନ୍‌-୨, ଅଜହର, ଓ୍ବେଲକମ୍‌ ଟୁ ନ୍ୟୁୟର୍କ। ଏହା ପରଠାରୁ ସେ କୌଣସି ଫିଲ୍ମରେ ନଜର ଆସିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri