୧୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୬ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ସମୁଦ୍ର ଆଡୁ ସ୍ଥଳ ଭାଗକୁ ବାୟୁ ପ୍ରବାହ ହେବାକୁ ଥିବାରୁ ଆସନ୍ତା ୧୯ ଏବଂ ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ ପହିଲାରୁ ସେପ୍ଟେମ୍ବର ୧୪ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ସ୍ବାଭାବିକଠାରୁ ୪ ପ୍ରତିଶତ ଅଧିକ ରହିଛି। ଏହି ସମୟରେ ୧୦୫୫.୩ ମି.ମି. ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୦୯୩.୯ ମିଲିମିଟର। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଁଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦରଗଡରେ ୪ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡାରେ ୨.୯ ଏବଂ ସମ୍ବଲପୁରରେ ୦.୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri