୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ସରକାରଙ୍କୁ ଏଭଳି ଚେତାବନୀ ଦେଇଛି। ମଞ୍ଚ ପକ୍ଷରୁ କୁହାଯାଇଛି ଯେ, ଦୀର୍ଘଦିନର ଆନ୍ଦୋଳନ ପରେ ସରକାର ଓଡ଼ିଶାରୁ ବ୍ଲକଗ୍ରାଣ୍ଟ ଭଳି ଏକ କୁତ୍ସିତ ପ୍ରଥା ହଟାଇ ଥିଲେ। ହେଲେ ଏଯାଏ କୌଣସି ଚାକିରି ସର୍ତ୍ତାବଳୀ ଓ ଅବସରକାଳୀନ ସୁବିଧା ଘୋଷଣା କରିନାହାନ୍ତି। ଓଡ଼ିଶାରେ ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ହୋଇ ସାରିଥିବାବେଳେ ଏହି ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ସରକାର ଘୋଷଣା କଲେ ନାହିଁ। ନିର୍ବାଚନ ପୂର୍ବରୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ସମ୍ପୂର୍ଣ୍ଣ ଭୁଲିଯାଇ ନୀରବ ବସିଛନ୍ତି ସରକାର। ଅସଙ୍ଗତି ଯୋଗୁ ବନ୍ଦ ପଡ଼ିଥିବା ସ୍କୁଲ ଓ କଲେଜର କର୍ମଚାରୀଙ୍କୁ ଦୀର୍ଘ ୩୦ବର୍ଷ ପରେ ବି ଅନୁଦାନ ପରିସରଭୁକ୍ତ ନ କରି ସେମାନଙ୍କ ପରିବାରକୁ ଅନ୍ଧାର ଭିତରକୁ ଠେଲି ଦେଇଛନ୍ତି। ଏ ନେଇ ସରକାରଙ୍କ ସହ ବାରମ୍ବାର ଆଲୋଚନା କରାଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ଛଡ଼ା ଅନ୍ୟ କିଛି ସୁଫଳ ମିଳୁନାହିଁ। ଏହାର ପ୍ରତିବାଦରେ ଶିକ୍ଷକ କର୍ମଚାରୀମାନେ ଆନ୍ଦୋଳନରେ ସାମିଲ ହେବେ ବୋଲି ମିଳିତମଞ୍ଚ ପକ୍ଷରୁ କୁହାଯାଇଛି। ସୋମବାର ଶ୍ରମିକ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମିଳିତ ମଞ୍ଚ ଆବାହକ ପ୍ରକାଶ ଚନ୍ଦ୍ର ମହାନ୍ତି, ଗୋଲକ ନାୟକ ଓ ପବିତ୍ର ମହାଲା ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି। ସରକାରଙ୍କ ଉଦାସୀନତା ପ୍ରତିବାଦରେ ଉକ୍ତଦିନ ମଧ୍ୟାହ୍ନ ୧୨ଟାରେ ରେଳଷ୍ଟେଶନରୁ ଏକ ବିଶାଳ ରାଲି ଲୋୟର ପିଏମ୍‌ଜି ଅଭିମୁଖେ ବାହାରି ଆନ୍ଦୋଳନସ୍ଥଳ ପର୍ଯ୍ୟନ୍ତ ଯିବ ବୋଲି ସେମାନେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri