୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି ପାଇଁ ୧୧, ୧୧୪ କୋଟି, ଗ୍ରାମାଞ୍ଚଳ ଗୃହ ନିର୍ମାଣ ପାଇଁ ୪୧୫୨ କୋଟି, ସମୁଦ୍ର ପାଣି ଅଟକାଇବାକୁ ଲୁଣାବନ୍ଧ ପାଇଁ ୭୬୭ କୋଟି ଏବଂ ରିଲିଫ ଓ ଥଇଥାନ ପାଇଁ ୨୦୨ କୋଟି ଟଙ୍କାର ପ୍ରସ୍ତାବ ପ୍ରଦାନ କରାଯାଇଥିବା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।
ମେ ୨୦ ତାରିଖରେ ବାତ୍ୟା ଅମ୍ଫନ୍‌ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ପରେ ଆର୍ଥାତ୍‌ ମେ ୨୨ ତାରିଖରେ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଗସ୍ତକରି ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଜିଲା ପରିଦର୍ଶନ କରିଥିଲେ। ତତ୍କାଳ କ୍ଷତି ଭରଣା ପାଇଁ ଆଗୁଆ ୫୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ। ଘୋଷଣା କରିବାର ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଉକ୍ତ ସହାୟତା ରାଶି ପ୍ରଦାନ କରାଯାଇଥିଲା। ବାତ୍ୟା କ୍ଷୟକ୍ଷତି ଆକଳନ କରିବାକୁ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଜୁନ୍‌ ୪ ଓ ୫ ତାରିଖରେ ଅଧିକ କ୍ଷତିଗ୍ରସ୍ତ କେନ୍ଦ୍ରାପଡ଼ା, ବାଲେଶ୍ୱର, ଜଗତ୍‌ସିଂହପୁର ଏବଂ ଭଦ୍ରକ ଜିଲା ଗସ୍ତ କରିଥିଲେ।
ମେ ୨୦ ତାରିଖରେ ବାତ୍ୟା ଅମ୍ଫନ୍‌ ମାଡ଼ରେ ରାଜ୍ୟର ଉପକୂଳବର୍ତ୍ତୀ ୧୦ଟି ଜିଲା ଦୋହଲି ଯାଇଥିଲା। ସେହି ଜିଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଏବଂ ପୁରୀ। ସେଥିରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଭୟଙ୍କର କ୍ଷୟକ୍ଷତି ହୋଇଥିଲା। ରାଜ୍ୟ ସରକାରଙ୍କ ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ଏହିସବୁ ଜିଲାର ୯୨ଟି ବ୍ଲକ, ୧୫୫୮ଟି ପଞ୍ଚାୟତର ୯୮୩୩ ଗ୍ରାମ ଏବଂ ୨୨ଟି ପୌରାଞ୍ଚଳର ୨୭୨ଟି ୱାର୍ଡର ୪୪,୪୪,୮୯୬ ଲୋକ ବାତ୍ୟା ଯୋଗୁ ପ୍ରଭାବିତ ହୋଇଥିଲେ। ୧ ଲକ୍ଷ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିଲା। ୫୦୦ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିଲା ବେଳେ ୧୫ ହଜାର ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲା। ୮,୭୨,୦୪୯ ପ୍ରାଣୀ ସମ୍ପଦ ପ୍ରଭାବିତ ହୋଇଥିଲା। ବାତ୍ୟା ପ୍ରଭାବରେ ୧୫୧.୦୫ କି.ମି. ରାସ୍ତା ଓ ନଦୀବନ୍ଧ କ୍ଷତିଗ୍ରସ୍ତ ହୋଇଥିବା ବେଳେ ୪୨ଟି ପୋଲ କ୍ଷତିଗ୍ରସ୍ତ ହୋଇଥିଲା। ସେହିପରି ୬୪୬ଟି ଅଙ୍ଗନୱାଡି କେନ୍ଦ୍ର, ୧୫୫୨ପ୍ରାଥମିକ ସ୍କୁଲ କୋଠା ଏବଂ ୨୯୮ ପଞ୍ଚାୟତ କୋଠା ଏବଂ କମ୍ୟୁନିଟି ହଲ୍‌ ନଷ୍ଟ ହୋଇଥିବା ବେଳେ ୩୪ କି.ମି. ୩୩ କେ.ଭି., ୪୫୩ କି.ମି. ୧୧ କେ.ଭି. ଲାଇନ, ୬୮୦ କି.ମି. ଏଲ୍‌ଟି ଲାଇନ ଏବଂ ୨୪୩୯ଟି ଟ୍ରାନ୍ସଫର୍ମର ନଷ୍ଟ ହୋଇଥିଲା। ବାତ୍ୟା ପୂର୍ବରୁ ୨ ଲକ୍ଷ ୩୪୬ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri