୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ଏବଂ ନୂଆପଡ଼ା, ସୋନପୁର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ୯ଟି ଜିଲାକୁ ଝଡ଼ ତୋଫାନ ଓ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେଣୁ ଏହି ୯ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ। ଏସବୁ ଜିଲାରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ଆଶଙ୍କା ରହିଛି। ସେହିପରି ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ଢେଙ୍କାନାଳ ଓ ସମ୍ବଲପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ନୟାଗଡ଼ରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଅନ୍ୟପଟେ ଦିନରେ ଖରା ଲୋକଙ୍କୁ ହନ୍ତସନ୍ତ କରୁଛି। ଶୁକ୍ରବାର ୧୦ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଟପିଥିଲା। ଭବାନୀପାଟଣା ଓ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରହିଥିବାବେଳେ ଟିଟିଲାଗଡ଼ରେ ୩୬.୨, ବଲାଙ୍ଗୀର ଓ ନୟାଗଡ଼ରେ ୩୬, ମାଲକାନଗିରିରେ ୩୫.୮, ବୌଦ୍ଧରେ ୩୫.୫, ଭୁବନେଶ୍ୱରରେ ୩୫.୪, ରାୟଗଡ଼ା ଏବଂ ସୋନପୁରରେ ୩୫ ଡିଗ୍ରୀ ସେଲସିୟସ ତାପମାତ୍ରା ଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri