୧୭ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ : ତାଲିକାରେ ଓଡ଼ିଶାର ନାହିଁ ସ୍ଥାନ

ଭୁବନେଶ୍ୱର,୮।୭(ବ୍ୟୁରୋ): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୭ଟି ପ୍ରମୁଖ କୀର୍ତ୍ତିରାଜି ତଥା ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ ବେଳେ ଏହି ସୂଚନା ଦେଇଥିଲେ। ହେଲେ ଆଶ୍ଚର୍ଯ୍ୟର ବିଷୟ ଯେ, ଓଡ଼ିଶାର କୌଣସି ଗୋଟିଏ ବି କୀର୍ତ୍ତିରାଜି ଏହି ତାଲିକାରେ ସ୍ଥାନ ପାଇନାହିଁ। ସୂକ୍ଷ୍ମ କାରୁକାର୍ଯ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା କୋଣାର୍କ ମନ୍ଦିର, ଶ୍ରୀଜଗନ୍ନାଥ ମନ୍ଦିର ଅଥବା ରତ୍ନଗିରି, ଲଳିତଗିରି, ଉଦୟଗିରି ଭଳି ବୌଦ୍ଧଧର୍ମୀୟ ସ୍ଥାପତ୍ୟ ମଧ୍ୟ ସ୍ଥାନ ପାଇନାହିଁ। ଏହି ତାଲିକାରେ ଓଡ଼ିଶା ସ୍ଥାନ ନ ପାଇବା ଅନେକଙ୍କୁ ବ୍ୟଥିତ କରିଛି। ୧୨ ରାଜ୍ୟର ୧୭ଟି ଏତିହ୍ୟକୁ ଏହି ତାଲିକାରେ ସ୍ଥାନ ଦିଆଯାଇଛି। ସେଗୁଡ଼ିକ ହେଲା- ୟୁପିର ତାଜ୍‌ମହଲ ଓ ଫତେପୁର ସିକ୍ରୀ, ମହାରାଷ୍ଟ୍ରର ଅଜନ୍ତା ଓ ଏଲୋରା, ଦିଲ୍ଲୀର ହୁମାୟୁନ୍‌ ଟମ୍ବ, କୁତବ୍‌ମୀନାର ଏବଂ ଲାଲକିଲ୍ଲା, ଗୋଆର କ୍ଲୋଭା ସମୁଦ୍ରକୂଳ, ରାଜସ୍ଥାନର ଆମେର ଫୋର୍ଟ, ଗୁଜରାଟର ସୋମନାଥ ଏବଂ ଦୋଲାବିରା, ମଧ୍ୟପ୍ରଦେଶର ଖଜୁରାହୋ, କର୍ନାଟକର ହାମ୍ପି, ତାମିଲନାଡୁର ମହାବଳିପୁରମ୍‌, ଆସାମର କାଜିରଙ୍ଗା, କେରଳର କୁମାରକମ୍‌ ଏବଂ ବିହାରର ମହାବୌଦ୍ଧି। ଏହିସବୁ ପର୍ଯ୍ୟଟନସ୍ଥଳୀରେ ଘରୋଇ ପୁଞ୍ଜି ନିବେଶକୁ ପ୍ରୋତ୍ସାହିତ କରାଯିବ। ଦକ୍ଷତା ବିକାଶ, ସ୍ଥାନୀୟ ଲୋକଙ୍କୁ ରୋଜଗାର, ଅନ୍ୟ ପ୍ରମୁଖ ସହରଗୁଡିକ ସହ ଯୋଗାଯୋଗ ବ୍ୟବସ୍ଥା ଏବଂ ଭିତ୍ତିଭୂମିର ଉନ୍ନୟନ କରାଯିବ। ଚୟନ କରାଯାଇଥିବା ୧୭ଟି ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଏକାଧିକ ସ୍ଥାନକୁ ୟୁନେସ୍କୋ ପକ୍ଷରୁ ବିଶ୍ୱ କୀର୍ତ୍ତିରାଜିରେ ସ୍ଥାନ ଦିଆଯାଇସାରିଛି। କେନ୍ଦ୍ର ପକ୍ଷରୁ ଗୁଜରାଟର ସୋମନାଥ ମନ୍ଦିର ଏବଂ ବିହାରର ମହାବୌଦ୍ଧିକୁ ସ୍ଥାନ ମିଳିବାରେ କୌଣସି ଅସୁବିଧା ହୋଇନାହିଁ। ସେହିଦୃଷ୍ଟିରୁ ବିଚାର କଲେ ପୁରୀ ଶ୍ରୀମନ୍ଦିର ଏବଂ ଲଳିତଗିରି-ଉଦୟଗିରି-ରତ୍ନଗିରିକୁ ସ୍ଥାନ ମିଳିବା କଥା ବୋଲି କେତେକ ପର୍ଯ୍ୟଟନ ସମୀକ୍ଷକ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri