୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ

ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ବର୍ଷା ସମୟରେ ରାସ୍ତାରେ କାଦୁଅ ହେବା ସହ ବଡ ବଡ ଖାଲ ସୃଷ୍ଟି ହୋଇଛି। ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ସ୍ଥାନୀୟ ଲୋକେ ଯାତାୟାତ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଦୀର୍ଘ ବର୍ଷ ହେବ ଏହି ରାସ୍ତାକୁ ମରାମତି କରିବା ପାଇଁ ପ୍ରଶାସନ ଓ ରାଜନେତାଙ୍କ ପାଖରେ ସ୍ଥାନୀୟ ଅଧିବାସୀ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ । ଯାହାକୁ ନେଇ ସ୍ଥାନୀୟ ଅଧିବାସୀଙ୍କ ମଧ୍ୟରେ ଏବେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବର୍ତ୍ତମାନ ବର୍ଷା ଲାଗିରହିଥିବାରୁ ଉକ୍ତ ରାସ୍ତାରେ ଏକ ଫୁଟ ଉଚ୍ଚର କାଦୁଅ ଜମା ହୋଇ ରହିଛି । ଫଳରେ ଯାନବାହନ ଚଳାଚଳ ବନ୍ଦ ରହିଥିବାବେଳେ କେବଳ ଚାଲିଚାଲି ସ୍ଥାନୀୟ ଲୋକେ ଯାତାୟାତ କରୁଛନ୍ତି। ରାସ୍ତାର ଏପରି ବ୍ୟତିକ୍ରମକୁ ନେଇ ଗୁରୁବାର ସାନଫୁର୍ଲା ବନ୍ଦପଡା ଗ୍ରାମବାସୀ ସେହି କାଦୁଅରେ ଧାନତଳି ରୋଇ ଅଭିନବ ପ୍ରତିବାଦ ଜଣାଇଛନ୍ତି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା କରୁଥିବାବେଳେ ଉକ୍ତ ଘଟଣା ବାସ୍ତବିକ ଚିତ୍ରକୁ ସାମ୍‌ନାକୁ ଆଣିଛି । କଳାହାଣ୍ଡି ଜିଲାପାଳ ଏଥିପ୍ରତି ଦୃଷ୍ଟିଦେବାକୁ ସ୍ଥାନୀୟ ଅଧିବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri