Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ : ଡେନର୍ବି ଭାରତୀୟ ଦଳର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ସ୍ବିଡେନର ଥୋମାସ ଡେନର୍ବି ଶନିବାର ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଫୁଟ୍‌ବଲ ଦଳର କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଜଣେ କୋଚ୍‌ ହିସାବରେ ତାଙ୍କର ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ରହିଛି। ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ (ୟୁଫା) ପ୍ରୋ ଡିପ୍ଲୋମାଧାରୀ ଡେନର୍ବିଙ୍କ ତତ୍ତ୍ୱାବଧାନରେ ସ୍ବିଡେନର ଜାତୀୟ ମହିଳା ଦଳ ୨୦୧୧ ଫିଫା ବିଶ୍ୱକପ୍‌ରେ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ କ୍ୱାର୍ଟରଫାଇନାଲ ପର୍ଯ୍ୟନ୍ତ ଉନ୍ନୀତ ହୋଇପାରିଥିଲା। ଭାରତୀୟ ଦଳର କୋଚ୍‌ ହେବା ପୂର୍ବରୁ ସେ ନାଇଜେରିଆ ଜାତୀୟ ମହିଳା ଫୁଟ୍‌ବଲ ଟିମ୍‌ ସହିତ ସମ୍ପୃକ୍ତ ଥିଲେ। ତାଙ୍କ ପ୍ରଚେଷ୍ଟାରେ ଦଳ ୨୦୧୯ ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିପାରିଥିଲା। ନାଇଜେରିଆ ମହିଳା ଦଳ ଆକନ୍‌ ୨୦୧୮ ଟୁର୍ନାମେଣ୍ଟ ଜିତିଥିଲା। ଡେନର୍ବି ୨୦୧୮ରେ ନାଇଜେରିଆର ଶ୍ରେଷ୍ଠ କୋଚ୍‌ ପୁରସ୍କାର ଜିତିଥିଲେ। ଫିଫା ର଼୍ୟାଙ୍କିଙ୍ଗରେ ବର୍ତ୍ତମାନ ସ୍ବିଡେନ ୫ମ ସ୍ଥାନରେ ରହିଥିବାବେଳେ ନାଇଜେରିଆ ୩୬ତମ ସ୍ଥାନରେ ରହିଛି। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫଏଫ୍‌) ସଭାପତି ପ୍ରଫୁଲ୍ଲ ପଟେଲ କହିଛନ୍ତି, ଡେନର୍ବିଙ୍କ ଭଳି ପ୍ରଚୁର ଅଭିଜ୍ଞତା ସମ୍ପନ୍ନ କୋଚ୍‌ ଭାରତୀୟ ଦଳକୁ ଉପଯୁକ୍ତ ଦୀଗ୍‌ଦର୍ଶନ ଦେଇପାରିବେ ବୋଲି ଆମର ଦୃଢ ବିଶ୍ୱାସ ରହିଛି। ଅନ୍ୟପକ୍ଷରେ ସ୍ବିଡିଶ କୋଚ୍‌ କହିଛନ୍ତି୍‌ ମୋତେ କୋଚ୍‌ ଭାବେ ନିଯୁକ୍ତି ଦେଇଥିବାରୁ ମୁଁ ଏଆଇଏଫ୍‌ଏଫ୍‌କୁ ଧନ୍ୟବାଦ ଜଣାଉଛି। ୧୭ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ୨୦୨୦ର ଆୟୋଜକ ଭାରତକୁ କୋଚିଂ ଦେବା ମୋ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। ମେଗା ଇଭେଣ୍ଟ ଆଉ ମାତ୍ର ୧୨ ମାସ ସମୟ ରହିଛି। ମୋତେ ଭାରତୀୟ ଦଳକୁ ଏକ ଶକ୍ତିଶାଳି ଦଳରେ ପରିଣତ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?