୧୭ରୁ ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା: ୭ ଦିନ ଧରି ଚାଲିବ, ପଡ଼ିବ ୨୪୦ ଷ୍ଟଲ

ଅନୁଗୋଳ ଅଫିସ, ୧୩।୯-ଆସନ୍ତା ୧୭ ତାରିଖ ବିଶ୍ୱକର୍ମା ପୂଜା ଅବସରରେ ଅନୁଗୋଳ ଜିଲାର ଆଲୁମିନିୟମ ନଗରୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଆୟୋଜନ କରାଯିବ। ୨୩ ତାରିଖ ଯାଏ ଚାଲିବାକୁ ଥିବା ଏହି ମେଳାରେ ମୋଟ ୨୪୦ଟି ଷ୍ଟଲ ପଡ଼ିବ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଏବଂ ଓରମାସ୍‌ର ମିଳିତ ସହଯୋଗରେ ଏହି ମେଳାର ବ୍ୟବସ୍ଥା ହୋଇଛି ବୋଲି ଜିଲା କୋର୍ଟ ରୁମ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି ଯେ, ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଗୁଜରାଟ, ଜମ୍ମୁ-କଶ୍ମୀର, କର୍ନାଟକ, ଦିଲ୍ଲୀ, ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ହରିୟାଣା, ତେଲେଙ୍ଗାନା ଆଦି ରାଜ୍ୟର କାରିଗର ଓ ସ୍ବୟଂ ସହାୟକ ଗୋଷ୍ଠୀମାନେ ଏହି ମେଳାରେ ଭାଗ ନେବେ। ଏଥିସହିତ ୧୦ଟି ଖାଦ୍ୟ ଷ୍ଟଲ୍‌ ବ୍ୟବସ୍ଥା ହୋଇଛି। ସରକାରଙ୍କ ବିଭିନ୍ନ ବିଭାଗ ଯଥା କୃଷି, ହସ୍ତ ଓ କୂଟୀର ଶିଳ୍ପ, ଖଦି ଓ ଗ୍ରାମୋଦ୍ୟୋଗ, ନାବାର୍ଡ, ମତ୍ସ୍ୟ, ଉଦ୍ୟାନ, ହସ୍ତତନ୍ତ ଆଦି ବିଭାଗ ଏଥିରେ ସହଯୋଗର ହାତ ବଢ଼ାଇଛନ୍ତି। ମେଳାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ସଂସ୍କୃତି ଅଧିକାରୀଙ୍କ ସହଯୋଗରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଅନୁଗୋଳ ଜିଲାରେ ଉପତ୍ାଦନ ହେଉଥିବା ସାମଗ୍ରୀ ଉପରେ ଚଳିତବର୍ଷ ପଲ୍ଲିଶ୍ରୀ ମେଳାରେ ଗୁରୁତ୍ୱ ପ୍ରଦାନ କରାଯିବ ବୋଲି ଜିଲାପାଳ ମହାନ୍ତି କହିଛନ୍ତି। ଏହି ମେଳାରେ ସ୍ବାସ୍ଥ୍ୟ, ପାନୀୟ ଜଳ, ପରିମଳ, ଆଇନ ଶୃଙ୍ଖଳା ଆଦି ପାଇଁ ଯଥାକ୍ରମେ ଜିଲା ଚିକିତ୍ସା ଅଧିକାରୀ, ଜନସ୍ବାସ୍ଥ୍ୟ ବିଭାଗ, ନାଲକୋ, ଅନୁଗୋଳ ପୌରପାଳିକା, ଜିଲା ପୋଲିସ ଓ ଅଗ୍ନିଶମ ବିଭାଗ ସହଯୋଗ ଜିଲା ପ୍ରଶାସନ ଲୋଡ଼ିଛି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଓରମାସର ନିରୋଦ ଜେନା, ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri