Posted inଜାତୀୟ

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ ମାର୍ଚ୍ଚରେ ନିର୍ବାଚନ ହେବାକୁ ଥିଲା। ତେବେ କରୋନା ମହାମାରୀ ଜନିତ ଲକ୍‌ଡାଉନ କାରଣରୁ ନିର୍ବାଚନକୁ ଘୁଞ୍ଚାଇ ଦିଆଯାଇଥିଲା। ଲକ୍‌ଡାଉନ୍‌ ଏବେ କୋହଳ ହୋଇଥିବାରୁ ଇସି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ ଆନ୍ଧ୍ରପ୍ରଦେଶ ଓ ଗୁଜରାଟର ୪ଟି ଲେଖାଏ ଆସନ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ୩ଟି ଲେଖାଏ ଆସନ, ଝାଡ଼ଖଣ୍ଡର ୨ଟି ଏବଂ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମେଘାଳୟ ଓ ମଣିପୁରର ଗୋଟିଏ ଲେଖାଏ ଆସନରେ ଜୁନ୍‌ ୧୯ ସକାଳ ୯ଟାରେ ଭୋଟଗ୍ରହଣ ଆରମ୍ଭ ହେବ। ସେହିଦିନ ସନ୍ଧ୍ୟାରେ ଭୋଟଗଣନା କରାଯିବ ବୋଲି ଇସି କହିଛନ୍ତି। ନିର୍ବାଚନ ପରିଚାଳନା ବେଳେ କୋଭିଡ୍‌-୧୯ ଜନିତ କଟକଣା ଯେପରି ପାଳନ କରାଯାଏ ସେଥିପ୍ରତି ଦୃଷ୍ଟି ରଖିବା ଲାଗି ଜଣେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରିବା ଲାଗି ରାଜ୍ୟ ମୁଖ୍ୟ ସଚିବମାନଙ୍କୁ ଇସି ନିର୍ଦ୍ଦେଶ ଦେଇଛନ୍ତି।
୧୭ ରାଜ୍ୟରୁ ଖାଲି ହେବାକୁ ଥିବା ୫୫ ରାଜ୍ୟ ସଭା ଆସନରେ ନିର୍ବାଚନ ଲାଗି ଫେବୃୟାରୀ ମାସରେ ଘୋଷଣା କରାଯାଇଥିଲା। ମାର୍ଚ୍ଚରେ ୧୦ ରାଜ୍ୟରୁ ୩୭ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ ଅନ୍ୟ ଆସନରେ ମାର୍ଚ୍ଚ ୨୬ରେ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା। ତେବେ କରୋନା ଜନିତ ଲକ୍‌ଡାଉନ ଯୋଗୁ ନିର୍ବାଚନକୁ ଘୁଞ୍ଚାଇଦିଆଯାଇଥିଲା। ଏହି ନିର୍ବାଚନରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଭାଜପା ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ କଂଗ୍ରେସର କେ.ସି ବେଣୁଗୋପାଳଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri