୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ଘଟଣା: ତଦନ୍ତ କଲେ ଜିଲା ପଞ୍ଚାୟତ ଅଧିକାରୀ

ପାଲଲହଡା,୨୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବାଲିପଶି ପଞ୍ଚାୟତର ସରପଞ୍ଚ ବାବୁଲି ନାୟକଙ୍କ ନଁ।ରେ ୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ହୋଇଥିଲା। ଏ ନେଇ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଜିଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ଉକ୍ତ ଅଭିଯୋଗର ତଦନ୍ତ କରିଛନ୍ତି। ତେବେ ଅଭିଯୋଗ ଆଣିଥିବା ପଞ୍ଚାୟତର ପୂର୍ବତନ ଅଧିକାରୀ ଶରତ ଚନ୍ଦ୍ର ଭୋଇ ଅସୁସ୍ଥତା ଯୋଗୁ ଅନୁପସ୍ଥିତ ରହିବାରୁ ପଞ୍ଚାୟତ କ୍ୟାଶ ବହି ଏବଂ ବ୍ୟାଙ୍କ ପାଶବୁକ୍‌ ଯାଞ୍ଚ ହୋଇପାରି ନାହିଁ। ସରପଞ୍ଚଙ୍କ ବ୍ୟକ୍ତିଗତ ବ୍ୟାଙ୍କ ଖାତାର ଷ୍ଟେଟମେଣ୍ଟ ଯୋଗାଇଦେବା ପାଇଁ ବ୍ୟାଙ୍କଗୁଡିକୁ କୁହାଯାଇଛି ଓ ସମସ୍ତ ତଥ୍ୟ ମିଳିବା ପରେ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ ବୋଲି ଜିଲା ପଞ୍ଚାୟତ ଅଧିକାରୀ ସିଂ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ଜାନୁୟାରୀ ୩୧ରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭୋଇ କାର୍ଯ୍ୟରୁ ଅବସର ନେଇଥିଲେ ହେଁ ଏଭଳି ଆର୍ଥିକ ଅନିୟମିତତା ଯୋଗୁ ଦାୟିତ୍ୱ ହସ୍ତାନ୍ତର କରିପାରୁ ନ ଥିବା ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଗତ ୧୭ ତାରିଖରେ ଉପଜିଲାପାଳ ଅଜିତ କୁମାର ପ୍ରଧାନ ଏବଂ ବିଡିଓ ରବିନାରାୟଣ ମାଝି ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ତଦନ୍ତ କରିଥିଲେ। ହେଲେ ସରପଞ୍ଚ ନାୟକ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଏ ନେଇ ଗତ ଶୁକ୍ରବାର ଅନୁଗୋଳ ଜିଲାପାଳ ଏବଂ ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ବିଡିଓ ରିପୋର୍ଟ ପ୍ରଦାନ କରିଥିଲେ। ଅନ୍ୟପଟେ ସରପଞ୍ଚ ବାବୁଲି ନାୟକ କହିଛନ୍ତି, ସେ କୌଣସି ବେନିୟମ କାର୍ଯ୍ୟ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri