୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ଘଟଣା: ତଦନ୍ତ କଲେ ଜିଲା ପଞ୍ଚାୟତ ଅଧିକାରୀ

ପାଲଲହଡା,୨୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବାଲିପଶି ପଞ୍ଚାୟତର ସରପଞ୍ଚ ବାବୁଲି ନାୟକଙ୍କ ନଁ।ରେ ୧୮ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ ହୋଇଥିଲା। ଏ ନେଇ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବୁଧବାର ଜିଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ଉକ୍ତ ଅଭିଯୋଗର ତଦନ୍ତ କରିଛନ୍ତି। ତେବେ ଅଭିଯୋଗ ଆଣିଥିବା ପଞ୍ଚାୟତର ପୂର୍ବତନ ଅଧିକାରୀ ଶରତ ଚନ୍ଦ୍ର ଭୋଇ ଅସୁସ୍ଥତା ଯୋଗୁ ଅନୁପସ୍ଥିତ ରହିବାରୁ ପଞ୍ଚାୟତ କ୍ୟାଶ ବହି ଏବଂ ବ୍ୟାଙ୍କ ପାଶବୁକ୍‌ ଯାଞ୍ଚ ହୋଇପାରି ନାହିଁ। ସରପଞ୍ଚଙ୍କ ବ୍ୟକ୍ତିଗତ ବ୍ୟାଙ୍କ ଖାତାର ଷ୍ଟେଟମେଣ୍ଟ ଯୋଗାଇଦେବା ପାଇଁ ବ୍ୟାଙ୍କଗୁଡିକୁ କୁହାଯାଇଛି ଓ ସମସ୍ତ ତଥ୍ୟ ମିଳିବା ପରେ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ ବୋଲି ଜିଲା ପଞ୍ଚାୟତ ଅଧିକାରୀ ସିଂ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ଜାନୁୟାରୀ ୩୧ରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭୋଇ କାର୍ଯ୍ୟରୁ ଅବସର ନେଇଥିଲେ ହେଁ ଏଭଳି ଆର୍ଥିକ ଅନିୟମିତତା ଯୋଗୁ ଦାୟିତ୍ୱ ହସ୍ତାନ୍ତର କରିପାରୁ ନ ଥିବା ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଗତ ୧୭ ତାରିଖରେ ଉପଜିଲାପାଳ ଅଜିତ କୁମାର ପ୍ରଧାନ ଏବଂ ବିଡିଓ ରବିନାରାୟଣ ମାଝି ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ତଦନ୍ତ କରିଥିଲେ। ହେଲେ ସରପଞ୍ଚ ନାୟକ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଏ ନେଇ ଗତ ଶୁକ୍ରବାର ଅନୁଗୋଳ ଜିଲାପାଳ ଏବଂ ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ବିଡିଓ ରିପୋର୍ଟ ପ୍ରଦାନ କରିଥିଲେ। ଅନ୍ୟପଟେ ସରପଞ୍ଚ ବାବୁଲି ନାୟକ କହିଛନ୍ତି, ସେ କୌଣସି ବେନିୟମ କାର୍ଯ୍ୟ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri