୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ତେବେ ତାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ ଆଉଟ ନୋଟିସକୁ ଚ୍ୟାଲେଞ୍ଜ କରି ଗୋୟଲଙ୍କ ପକ୍ଷରୁ ଆଗତ ମାମଲାରେ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ବିଚାରପତି ସୁରେଶ କୈଟ କହିଛନ୍ତି ଯେ, ଗୋୟଲଙ୍କୁ ବର୍ତ୍ତମାନ ଅନ୍ତରୀଣ ଆଶ୍ୱସ୍ତି ପ୍ରଦାନ କରାଯାଇପାରିବ ନାହିଁ। ସେ ଯଦି ବିଦେଶ ଯିବାକୁ ଚାହୁଁଛନ୍ତି, ତେବେ ତାଙ୍କୁ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବାକୁ ହେବ।
ମାମଲାର ଶୁଣାଣି ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ, ଗୋୟଲଙ୍କ ବିରୋଧରେ ବର୍ତ୍ତମାନ ୧୮ ହଜାର କୋଟି ଟଙ୍କା ଗମ୍ଭୀର ଜାଲିଆତି ମାମଲାର ତଦନ୍ତ ଜାରି ରହିଛି। ସିରିୟସ ଫ୍ରଡ୍‌ ଇନ୍‌ଭେଷ୍ଟିଗେଶନ ଅଫିସ(ଏସ୍‌ଏଫ୍‌ଆଇଓ) ଏହାର ତଦନ୍ତ କରୁଛି। ଗୋୟଲ ତାଙ୍କ ଆବେଦନରେ ଦର୍ଶାଇଥିଲେ ଯେ, ତାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କିମ୍ବା ସିବିଆଇ ପକ୍ଷରୁ କୌଣସି ମାମଲା ଦାଏର କରାଯାଇ ନ ଥିଲେ ସୁଦ୍ଧା ତାଙ୍କୁ ଓ ତାଙ୍କ ପନତ୍ୀ ଅନୀତାଙ୍କୁ ମେ ୨୫ରେ ଦୁବାଇ ଯାଉଥିବା ବିମାନରୁ ଜବରଦସ୍ତ ଓହ୍ଲାଇ ଦିଆଯାଇଥିଲା। ତାଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରାଯାଇଥିବା ସମ୍ପର୍କରେ ସେ ସେହି ଦିନ ହିଁ ଜାଣିପାରିଥିଲେ ବୋଲି ଗୋୟଲ କହିଛନ୍ତି। ଏହାପରେ ତାଙ୍କୁ ଏସଏଫଆଇଓରୁ ଜୁଲାଇ ୧୦ରେ ହାଜର ହେବାକୁ ଓ ତଦନ୍ତରେ ସହାୟତା କରିବାକୁ କୁହାଯାଇଛି। ଜେଟ୍‌ର ଆର୍ଥିକ ସଙ୍କଟ ଦୂର କରିବା ଲାଗି ପାଣ୍ଠି ସଂଗ୍ରହ ଉଦ୍ଦେଶ୍ୟରେ ତାଙ୍କର ବିଦେଶ ଯିବା ଜରୁରୀ। ଏହାଛଡ଼ା ତାଙ୍କ ନିକଟରେ ବ୍ରିଟେନ ଓ ୟୁଏଇର ନିବାସୀ ଭିଜା ରହିଛି, ଯାହାର ନବୀକରଣ ଜୁଲାଇ ୧୦ ଓ ୨୩ରେ ହେବା ଦରକାର ବୋଲି ଗୋୟଲ ଯୁକ୍ତି ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?