Posted inଜାତୀୟ

୧୮ହଜାର ପକ୍ଷୀଙ୍କୁ ନୂଆ ଜୀବନ ଦେଲେ ସୀମା ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୨।୭: ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନମାନେ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସୀମାରେ ଚୋରା ଚାଲାଣ ହେଉଥିବା ବିରଳ ପ୍ରଜାତିର କଇଁଛ ଓ କଙ୍କଡା ସମେତ ୧୮ହଜାରରୁ ଉର୍ଦ୍ଧ୍ୱ ପକ୍ଷୀଙ୍କୁ ଉଦ୍ଧାର କରି ନୂଆ ଜୀବନ ଦେଇଛନ୍ତି ବିଏସ୍‌ଏଫ୍‌ର ସୁରକ୍ଷାକର୍ମୀ। ଏହି ସବୁ ଜୀବଙ୍କୁ ଅନ୍ତଃରାଷ୍ଟ୍ରୀୟ ବଜାରରେ ଚୋରାଚାଲଣକାରୀମାନେ ଚଢ଼ା ଦରରେ ବିକ୍ରି କରିିବା ସହ ଲକ୍ଷ ଲକ୍ଷ ଟଙ୍କା ଆୟ କରୁଥିବା ଅଭିଯୋଗ ହୋଇଛି। ଦେଶର ସୀମା ସୁରକ୍ଷାର ଦାୟିତ୍ୱ ଯବାନଙ୍କ ଉପରେ ରହିଥିବା ବେଳେ ଦେଶର ବନ୍ୟପ୍ରାଣୀ ବା ଜୀବଜନ୍ତୁ ଏହି ସୁରକ୍ଷାରୁ ବାଦ୍‌ ପଡ଼ିବେ ବା କିପରି । ବିଲୁପ୍ତ ପ୍ରଜାତିର ଜୀବଜନ୍ତୁମାନେ ରାଜସ୍ତାନ, ଗୁଜରାଟ, ପଶ୍ଚିମ ବଙ୍ଗ, ଜମ୍ମୁ କଶ୍ମୀର, ମିଜୋରାମ ସମେତ ଅନ୍ୟ କିଛି ସୀମାରେ ଏମାନଙ୍କୁ ଦେଖିବାକୁ ମିଳିଥାଏ। ସୀମାରେ ଚୋରାଚାଲାଣକାରୀମାନେ ସମୁଦ୍ର ଉପକୂଳରେ ଥିବା ଦେଶରେ ପାରା, କପୋତ, ଏମୁ, କଙ୍କଡା ଓ କଇଁଛ ଆଦିଙ୍କୁ ଫଳ ବାକ୍ସ ଓ କଣା ଥିବା ଡବାରେ ଭର୍ତ୍ତି କରି ଚାଲାଣ କରିବା ସହ ଲକ୍ଷାଧିକ ଟଙ୍କା ରୋଜଗାର କରିଥାନ୍ତି। ଏମାନେ ସୀମାରେ ପ୍ରବେଶ କରିବା ଓ ବିଏସ୍‌ଏଫ୍‌ଙ୍କ ଆଖିରେ ଧୂଳି ଦେବା ଲାଗି ବନ୍ୟବିଭାଗଠାରୁ ନକଲି ଅନୁମତି ପତ୍ର ତିଆରି କରିଥାନ୍ତି। ସେହିପରି ଗତ ସପ୍ତାହରେ ବିଏସ୍‌ଏଫ୍‌ ଡିଆରଆଇ ସହ ମିଳିତ କାର୍ଯ୍ୟାନୁଷ୍ଠାନରେ ଆଇଜଲରୁ ୮ଚୋରାଚାଲାଣକରୀଙ୍କୁ ଗିରଫ କରିବା ସହ ୨୩ଟି ପାରା, ଏମୁ ଓ କପୋତକୁ ଜବତ କରାଯାଇଥିଲା। ଏମାନଙ୍କର ମୂଲ୍ୟ ପ୍ରାୟ ୨୮ଲକ୍ଷ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri