୧,୮୫,୨୧୦ ହେକ୍ଟରରେ ଖରିଫ୍‌ ଚାଷ

ଢେଙ୍କାନାଳ ଅଫିସ, ୨୨।୫

କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍‌ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍‌-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କୃଷି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧,୮୫,୨୧୦ ହେକ୍ଟର ଜମିରେ ଖରିଫ୍‌ ଚାଷ କରିବାକୁ ନିର୍ଦ୍ଧାରଣ କରାଯାଇଛି। ଜଳସେଚିତ ଜମିରେ ପାଣି ପହଞ୍ଚତ୍ବାରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିଲାଗି ଯୁଗ୍ମ ଯାଞ୍ଚ କରିବାକୁ ଆର୍‌ଆଇ, ଗ୍ରାମସେବକ ଏବଂ ସେଚ ବିଭାଗ ଅଧିକାରୀଙ୍କୁ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ନିର୍ଦ୍ଦେଶ ଦେଇଛନ୍ତି।
କୃଷି ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଚଳିତବର୍ଷ ୯୫,୦୦୦ ହେକ୍ଟର ଜମିରେ ଧାନ, ୨୩,୦୦୦ ହେକ୍ଟରରେ ଡାଲିଜାତୀୟ, ୨୦,୫୦୦ ହେକ୍ଟରରେ ତୈଳବୀଜ, ୧୩୦ ହେକ୍ଟରରେ କପା ଓ ଝୋଟ, ୩୭,୫୦୦ ହେକ୍ଟରରେ ପରିବା, ୫,୨୦୦ ହେକ୍ଟରରେ ମସଲା, ୪୦୦ ହେକ୍ଟରରେ ଆଖୁ ଏବଂ ୨,୮୮୦ ହେକ୍ଟର ଜମିରେ ଅନ୍ୟାନ୍ୟ ଫସଲ କରାଯିବ। ୧ଲକ୍ଷ ୪ହଜାର ୭୫୭ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ। ଆବଶ୍ୟକ ପରିମାଣର ସାର ମହଜୁଦ୍‌ ରଖିବା ଲାଗି ର଼୍ୟାଗ୍‌ (ଗୋଦାମ ଗୃହ) କରାଯିବ। ଚାଷୀଙ୍କ ପାଖରେ ପର୍ଯ୍ୟାପ୍ତ ବିହନ ଉପଲବ୍ଧ କରାଯିବ। କରୋନା ସଂକ୍ରମଣ ପ୍ରତିରୋଧ କରିବାକୁ ସାମାଜିକ ଦୂରତ୍ୱ ଅବଲମ୍ବନ କରି କୃଷିକାର୍ଯ୍ୟ ପରିଚାଳନା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାବ୍ୟତୀତ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ନେଇ ଅଧିକ ଫାର୍ମପଣ୍ଡ ଖୋଳିବା, ଚାଷୀଙ୍କୁ ସୁବିଧାରେ ଋଣ ଯୋଗାଣ କରିବା ଦିଗରେ ଆଲୋଚନା କରାଯାଇଥିଲା।
ବୈଠକରେ ଜିଲା କୃଷି ଉପନିର୍ଦ୍ଦେଶକ ରାଜକିଶୋର ନାୟକ, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଉଦ୍ୟାନକୃଷି ଉପନିର୍ଦ୍ଦେଶକ ଭଗବାନ ଦାସଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ଅଗ୍ରଣୀ ବ୍ୟାଙ୍କ ପରିଚାଳକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri