Posted inଖେଳ

୧୯ ବର୍ଷରୁ କମ୍‌ କ୍ରିକେଟ, ପ୍ରିୟମଙ୍କ ଶତକ: ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

ଡର୍ବାନ, ୪ା୧ (ପି.ଟି.)-ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଦିନିକିଆ ସିରିଜରେ ଭାରତର ୧୯ବର୍ଷରୁ କମ୍‌ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗଙ୍କ ଶତକ(୧୦୩ ବଲ୍‌ରୁ ୧୧୦ରନ) ସହାୟତାରେ ୬୬ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଟସ୍‌ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ ବିନିମୟରେ ୨୬୪ ରନ କରିଥିଲା। ଗର୍ଗଙ୍କ ଶତକୀୟ ଇନିଂସ ବ୍ୟତୀତ ଧ୍ରୁବ ଜୁରେଲ ୬୫ ଏବଂ ତିଳକ ବର୍ମା ୪୨ ରନ କରିଥିଲେ। ୨୬୫ରନର ବିଜୟ ଲକ୍ଷ୍ୟକୁ ପିଛା କରି ଘରୋଇ ଦଳ ନିର୍ଦ୍ଧାରିତ ଓଭରରେ ୯ଉଇକେଟ ବିନିମୟରେ ୧୯୮ ରନ କରିବାରେ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଟପ୍‌ ସ୍କୋରର ଅଧିନାୟକ ବ୍ରାଇସ୍‌ ପାର୍ସନ୍ସ ୫୦ ବଲ୍‌ରୁ ୫୭ ରନ କରିଥିଲେ। ଆଣ୍ଡ୍ର୍ୟୁ ଲୋ ଧୈର୍ଯ୍ୟର ସହ ବ୍ୟାଟିଂ କରି ୮୫ବଲ୍‌ରୁ ୪୫ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଭାରତ ପକ୍ଷରୁ ସବୁଠାରୁ ସଫଳ ବୋଲର ଭାବେ ବାମହାତୀ ଫାଷ୍ଟ ବୋଲର ସୁଶାନ୍ତ ମିଶ୍ର ୪୮ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ରବି ବିଶ୍ନୋଇ ୨ଟି ଉଇକେଟ ନେଇଥିବାବେଳେ କାର୍ତ୍ତିକ ତ୍ୟାଗୀ, ଅଥର୍ବ ଆଙ୍କୋଲେକର ଏବଂ ତିଳକ ବର୍ମା ଗୋଟିଏ ଲୋଖାଏଁ ଉଇକେଟ ସଫଳତା ପାଇଥିଲେ। ଭାରତ ରବିବାର ଏହାର ପରବର୍ତ୍ତୀ ମ୍ୟାଚ ଜିମ୍ବାଓ୍ବେ ବିପକ୍ଷରେ ଖେଳିବ। ନ୍ୟୁଜିଲାଣ୍ଡ ୪ର୍ଥ ଦଳ ଭାବେ ଏହି ପ୍ରତିଯୋଗିତାରେ ଭାଗ ନେଇଛି।
ସଂକ୍ଷିପ୍ତ ସ୍କୋର
୧୯ ବର୍ଷରୁ କମ୍‌ ଭାରତୀୟ ଦଳ: ୫୦ ଓଭରରେ ୨୬୪/୫ (ପ୍ରିୟମ ଗର୍ଗ-୧୧୦; ମଣ୍ଡଲି ଖୁମାଲୋ-୪/୫୩)।
୧୯ ବର୍ଷରୁ କମ୍‌ ଦକ୍ଷିଣ ଆଫ୍ରିକା: ୫୦ ଓଭରରେ ୧୯୮/୯ (ବ୍ରାଇସ୍‌ ପାର୍ସନ୍ସ-୫୭; ସୁଶାନ୍ତ ମିଶ୍ର-୪/୪୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri