Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତ- ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ବ୍ଲୋଏମଫେଣ୍ଟେନ,୨୫।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭାରତ ଓ ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୪୪ ରନରେ ବିଜୟୀ ହେବା ପରେ ଏହା ନିଶ୍ଚିତ ହୋଇଛି। ଗ୍ରୁପ୍‌ ଏ’ର ଅନ୍ତିମ ଲିଗ୍‌ ମ୍ୟାଚ୍‌କୁ ବର୍ଷା କାରଣରୁ ୨୩ ଓଭରରେ ସୀମତ ରଖାଯାଇଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ୨୩ ଓଭରରେ କୌଣସି ଉଇକେଟ ନ ହରାଇ ୧୧୫ ରନ ସଂଗ୍ରହ କରିଥିଲା। ଦୁଇ ଓପନର ଯଶସ୍ବୀ ଜୟସୁଆଲ ୫୭ ଓ ଦିବ୍ୟାଂଶ ସାକସେନା ୫୨ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଥିଲେ। ତେବେ ଡିଏଲ୍‌ ନିୟମରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ୨୩ ଓଭରରେ ୧୯୨ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଇଥିଲେ। ତେବେ ଦଳ ୨୧ ଓଭରରେ ୧୪୭ ରନକରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା। ବିଜୟ ସହ ୬ ପଏଣ୍ଟ ହାସଲ କରି ଭାରତ ଗ୍ରୁପ୍‌ ଏ’ ଶୀର୍ଷରେ ରହିଛି।
ନ୍ୟୁଜିଲାଣ୍ଡ ତରଫରୁ ରିସ ମାରିୟୁ ସର୍ବାଧିକ ୪୨, ଫେର୍ଗୁସ ଲେଲମ୍ୟାନ ୩୧ ରନ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଭାରତ ତରଫରୁ ବାମହାତୀ ସ୍ପିନର ରବି ବିଷ୍ନୋଇ ୪, ଅର୍ଥବ ଆଙ୍କୋଲେକର ୩ ଟି ଉଇକେଟ ନେଇ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବିଷ୍ନୋଇ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ୨୮ ତାରିଖରେ ଭାରତ ଓ ଅଷ୍ଟ୍ରେଲିଆ ସୁପର ଲିଗ୍‌ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri