୨ କିମି ଚାଲି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଉଛନ୍ତି ଶିଶୁ

ଜମନକିରା, ୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତ ଫୁଲକୁସମ ପାଇଁ ଆସିଥିବା ଅଙ୍ଗନଓ୍ବାଡି କେନ୍ଦ୍ରଟି ଅନ୍ୟ ସ୍ଥାନରେ ନିର୍ମାଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଶିଶୁମାନଙ୍କୁ ୨ କିଲୋମିଟର ରାସ୍ତା ଯିବାକୁ ପଡ଼ୁଥିବା ବେଳେ ସେମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ଏ ସଂକ୍ରାନ୍ତରେ ଜମନକିରା ସିଡିପିଓ ଜୟଶ୍ରୀ ପଟ୍ଟନାୟକଙ୍କୁ ପଚାରିବାରୁ ସେ ଟ୍ରେନିଂ ସମୟରେ ଅନ୍ୟ ସ୍ଥାନରେ ରହିଥିବା ବେଳେ ବ୍ଲକ୍‌ ପ୍ରଶାସନ ପକ୍ଷରୁ ତାଙ୍କୁ ନ ଜଣାଇ ଘର ନିର୍ମାଣ କରାଯାଇଥିବା କହିଛନ୍ତି। ଏ ନେଇ ସେ ଉପ-ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିବା ମଧ୍ୟ କହିଛନ୍ତି।
ସୂଚନାଯୋଗ୍ୟ, କଟଙ୍ଗପାଣି ପଞ୍ଚାୟତ ଫୁଲକୁସମ ପ୍ରାଥମିକ ସ୍କୁଲ ନିକଟରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନଙ୍କୁ ପଢ଼ାଯାଉଥିଲା। ଉକ୍ତ ଘର ନଷ୍ଟ ହେବାପରେ ବ୍ଲକ୍‌ ପ୍ରଶାସନ ପକ୍ଷରୁ ଫୁଲକୁସମକୁ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ବ୍ୟୟବରାଦ କରାଯାଇଥିବା ବେଳେ ଘର ସେହିଠାରେ ନିର୍ମାଣ କରା ନ ଯାଇ କଲାପାଟ ଗଁାରେ ନିର୍ମାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri