୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଭୋର ୪ ଘଟିକାରେ ଶ୍ରୀଜୀଉମାନେ ସ୍ନାନମଣ୍ଡପକୁ ପହଣ୍ଡି ବିଜେ କରିଥିେଲେ। ଏହା ପରେ ୨ ଘଣ୍ଟା ବିଳମ୍ବରେ ଅବକାଶ ନୀତି ହୋଇଥିଲା। ପ୍ରଭୁଙ୍କ ନୀତିରେ ଯେଉଁ ମିଷ୍ଠାନ୍ନ ଭୋଗ ଲାଗେ ତାହା ବିଶୁଦ୍ଧ ଘିଅରେ ହେବା କଥା, କିନ୍ତୁ ନିମ୍ନମାନର ଘିଅରେ ମିଷ୍ଠାନ୍ନ ହୋଇଥିବାରୁ ପୂଜକମାନେ ନୀତିକାନ୍ତି କରି ନ ଥିଲେ। ପରେ ଉପଜିଲାପାଳ ଘଟଣାସ୍ଥଳରେ ପହଞ୍ଚି ବୈଠକ କରି ଏହାର ସମାଧାନ କରିଥିଲେ। ଚତୁର୍ଦ୍ଧାବିଗ୍ରହଙ୍କୁ ଜଳଧୂପ,ପଞ୍ଚାମୃତ, ମାଗସ୍ନାନ,ମଙ୍ଗଳ ଆଳତୀ କରାଯାଇଥିଲା। ପରେ ଶୁଦ୍ଧ ଘିଅରେ ମିଷ୍ଠାନ୍ନ କରାଯାଇ ନୀତିକାନ୍ତି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ପରେ ୧୦୮ ଗରା ସୁବାସିତ ଜଳରେ ପ୍ରଭୁଙ୍କୁ ସ୍ନାନ କରାଯାଇଥିଲା। ଛେରାପହଁରା କାର୍ଯ୍ୟକ୍ରମ ପରେ ଠାକୁରଙ୍କୁ ବନ୍ଦାପନା କରାଯାଇ ଧୂପ ଦିଆଯାଇଥିଲା। ଏହା ପରେ ଠାକୁରଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥିଲା। ରାତିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଣସର ଘରକୁ ନିଆଯାଇଥିଲା। ଉଲ୍ଲେଖଯୋଗ୍ୟ ଯେ, ଶୁକ୍ରବାର ମନ୍ଦିରକୁ ଯାଇଥିବା ରାସ୍ତାରେ ୧୪୪ ଧାରା ଜାରି କରାଯାଇଥିଲା। କୃଷ୍ଣଚନ୍ଦ୍ର ଗୋଲେଇଠାରୁ ଥାନା ଛକ, ଏମକେସି ହାଇସ୍କୁଲ ଛକଠାରୁ ଟ୍ରାଫିକ ଛକ ଯାଏ ରାସ୍ତାରେ ଯାତାୟତ ବନ୍ଦ କରାଯାଇଥିଲା। ସେବାୟତ ଓ ଜରୁରୀକାଳୀନ କର୍ମଚାରୀ ଓ ଅଧିକାରୀଙ୍କ ବ୍ୟତୀତ ଏହି ରାସ୍ତାରେ ଅନ୍ୟମାନେ ଯିବା ପାଇଁ ବାରଣ କରାଯାଇଥିଲା। ସେହିଭଳି ସୁରକ୍ଷା ଦୃଷ୍ଟିରୁ ସହରରେ ୨ ପ୍ଲାଟୁନ ପୋଲିସ ଫୋର୍ସ ଓ ୨୫ ଜଣ ପୋଲିସ ଅଧିକାରୀ ନିୟୋଜିତ ହୋଇଥିଲେ। ବିନା ଭକ୍ତଙ୍କ ଗ୍ରହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri