୨ ଚୋରି ମାମଲାରେ ୩ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିିଲା ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୋଳାଗଡ଼ିଆ ଅଞ୍ଚଳର ଜଣେ ମହିଳା ଶୁକ୍ରବାର ପୂର୍ବାହ୍ନରେ ଡାକ୍ତରଙ୍କ ପାଖକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଉଥିବା ବେଳେ ଏକୁଟିଆ ଦେଖି ଦୁଇଜଣ ଯୁବକ ତାଙ୍କଠାରୁ ୧୬ ଗ୍ରାନ୍‌ର ସୁନାଚେନ୍‌ ଲୁଟି ନେଇଥିଲେ। ଏନେଇ ସହଦେବଖୁଣ୍ଟା ଥାନାରେ ମହିଳାଜଣକ ଅଭିଯୋଗ କରିବା ପରେ ଥାନାରେ ମାମଲା (ନଂ. ୧୪୭/୨୦୨୦) ରୁଜୁ କରାଯାଇଛି। ଏହି ଘଟଣାରେ ସରସ୍ବତୀପୁର ଅଞ୍ଚଳର ପ୍ରଶାନ୍ତ କର ଓ ଅଙ୍ଗାରଗଡ଼ିଆ ଉଦୟନଗର ଅଞ୍ଚଳର ବିନୋଦ ପାତ୍ରଙ୍କୁ ପୋଲିସ ଶନିବାର ଗିରଫ କରି ଉକ୍ତ ସୁନାଚେନ୍‌କୁ ଉଦ୍ଧାର କରିଛି।
ସେହିପରି ଜଣେ ଅଧିକାରୀଙ୍କ ସରକାରୀ ବାସଭବନରୁ ରାତିରେ ଦୁର୍ବୃତ୍ତ ସାଇକେଲ ଚୋରି କରିନେଉଥିବା ବେଳେ ସହଦେବଖୁଣ୍ଟା ମଡ଼େଲ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏକ ମାମଲା (ନଂ. ୧୪୫/୨୦୨୦) ରୁଜୁ କରାଯାଇ ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ କରାଯାଇଥିଲା। ତଦନ୍ତ ଅନୁଯାୟୀ ସୁନହଟ ଅଞ୍ଚଳର ଭାଗବତ ବାରିକଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri