Posted inଜାତୀୟ

୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍‌ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା ୩୦ରେ କସ୍‌ବା ଏବଂ କେର୍ନି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏଠାକାର ନିୟନ୍ତ୍ରଣ ରେଖାଠାରେ ଥିବା ଜନବସତି ଉପରେ ଜାଣିଶୁଣି ବାରମ୍ବାର ମୋର୍ଟାର ଶେଲିଂ ମାଡ଼ କରାଯାଉଥିବା ଅଭିଯୋଗ ହୋଇଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ବାସିନ୍ଦାଙ୍କୁ ବଙ୍କରକୁ ସ୍ଥାନାନ୍ତର କରାଯାଇଥିବା କୁହାଯାଉଛି। ଭାରତୀୟ ସେନା ପକ୍ଷରୁ ଏହାର ଜବାବରେ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ସୂଚନାଯୋଗ୍ୟ, ଅକ୍ଟୋବର ୧୩ରେ  କାଠୁଆ ଜିଲାର ହୀରାନଗର ସେକ୍ଟରରେ ଥିବା ଜନବସତି ଉପରେ ପାକିସ୍ତାନ ସେନା ପକ୍ଷରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?