୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍‌

ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ ଏକ୍ସପେଲ୍‌ ହୋଇଛନ୍ତି। ଜିଲା ଶିକ୍ଷାଧିକାରୀ (ଡିଇଓ) ଲକ୍ଷ୍ମୀଧର ବେହେରାଙ୍କ ସୂଚନା ଅନୁସାରେ ସ୍ଥାନୀୟ ଏକ ଉଚ୍ଚ ବିଦ୍ୟାଳୟର ୩୩ ଛାତ୍ରୀଛାତ୍ରଙ୍କ ସେଣ୍ଟର ଉକ୍ତ ବିଦ୍ୟାଳୟରେ ପଡିଛି। ଏଥିରୁ ୧୩ ଜଣ ପ୍ରଥମରୁ ଅନୁପସ୍ଥିତ ଥିଲେ। ବୁଧବାର ଗଣିତ ପରୀକ୍ଷା ଥିଲା। ଉକ୍ତ କେନ୍ଦ୍ରକୁ ମୁଁ ଓ ବ୍ଲକ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ସାହୁ ବୁଧବାର ଯାଇଥିଲୁ। ଯାଞ୍ଚ ବେଳେ ୧୪ ପରୀକ୍ଷାର୍ଥୀଙ୍କ କାଗଜପତ୍ର ଠିକ୍‌ ନ ଥିଲା। କାହାର ଫଟୋ ଠିକ୍‌ ନ ଥିବାବେଳେ ଆଉ କେତେଜଣଙ୍କର ଦସ୍ତଖତ ମ୍ୟାଚ କରୁ ନ ଥିଲା। କେତେଜଣ ମାଟ୍ରିକ ଫେଲ୍‌ ପରୀକ୍ଷାର୍ଥୀ ମଧ୍ୟ ଥିଲେ। ଏଣୁ ସେମାନଙ୍କୁ ଏକ୍ସପେଲ୍‌ କରାଯାଇଛି। ସେହିପରି ୨ଜଣ ନକଲି ପରୀକ୍ଷାର୍ଥୀଙ୍କୁ ରଣପୁର ଥାନାର ସୁନାଖଳା ଫାଣ୍ଡି ପୋଲିସ ଗିରଫ କରିଛି। ସେମାନେ ଯୁକ୍ତ ୨ ଶ୍ରେଣୀରେ ପଢ଼ୁଥିବା ୨ ଛାତ୍ରୀ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri