୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣା: ୨ ମୃତ

ସୋରଡା,୧୨ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ଥାନା ନୂଆଗଡ ଗ୍ରାମ ଖଦାଳସାହିରେ ମଙ୍ଗଳବାର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି। ୫ଜଣ ଗୁରୁତର ଆହତ ହୋଇ ସୋରଡା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ଉକ୍ତ ସାହିର ମନୋଜ ନାୟକ (୨୬) ଓ ପୁନିଆ ନାୟକ (୬୦)। ମନୋଜଙ୍କ ବାପା ବିଦୁ, ମା’ ଗେଲି, ଜେଜେବାପା ଉଲା, ଜେଜେ ମା’ ଇନ୍ଦୁ, ଭାଇ ସୌଦାଗର ଗୁରୁତର ଆହତ ହୋଇଛନ୍ତି। ସୋରଡା ମେଡିକାଲରେ ସେମାନଙ୍କ ଚିକିତ୍ସା ଚାଲିଛି। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି। ମୃତ ମନୋଜଙ୍କ ଭାଇ ସୌଦାଗରଙ୍କ ଏତଲା ପ୍ରକାରେ ନଂ.୧୯୧/୧୯ ଓ ମୃତ ପୁନିଆଙ୍କ ପୁଅ ଗାଣ୍ଡୁଙ୍କ ଏତଲା ଆଧାରରେ ନଂ.୧୯୨/୧୯ରେ ମାମଲା ରୁଜୁ ହୋଇଛି। ପୋଲିସ ପୁନିଆଙ୍କ ପକ୍ଷରୁ ଗାଣ୍ଡୁ ନାୟକ, ଟୁଙ୍ଗୁରୁ ନାୟକ, ବାବୁଲି ନାୟକଙ୍କୁ ଅଟକ ରଖି ପଚରାଉଚରା ଚାଲିଛି।

ଛତ୍ରପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ନୂଆଗଡରେ ପହଞ୍ଚତ୍ ତଦନ୍ତ କରି ଫେରିଛନ୍ତି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଡିଏସ୍‌ପି ସଞ୍ଜୟ କୁମାର ମହାପାତ୍ର, ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସୋରଡା ଥାନା ଅଧିକାରୀ ରମେଶ ଚନ୍ଦ୍ର ପ୍ରଧାନ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ଗଁାରେ ପୋଲିସ ଫୋର୍ସ ମୁତୟନ ହୋଇଛି।

ଆସିକା ଏସ୍‌ଡିପିଓ ପ୍ରଧାନଙ୍କ ସୂଚନା ପ୍ରକାରେ, ମନୋଜ ଚେନ୍ନାଇରେ ରହି କାମ କରନ୍ତି। ୨ମାସ ତଳେ ସେ ଗଁାକୁ ଆସିଥିଲେ। ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କକୁ ପୁନିଆଙ୍କ ପରିବାର ବିରୋଧ କରୁଥିଲେ। ମଙ୍ଗଳବାର ପୁନିଆଙ୍କ ପୁତୁରା ଏପରି କାର୍ଯ୍ୟରୁ ନିବୃତ ରହିବାକୁ ମନୋଜଙ୍କୁ କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବା ସହ ପରେ ୨ ପରିବାର ମାରଣାସ୍ତ୍ର ଧରି ପରସ୍ପରକୁ ଆକ୍ରମଣ କରିଥିଲେ। ପୋଲିସ ଘଟଣାସ୍ଥଳରୁ ବହୁ ମାରଣାସ୍ତ୍ର ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?