୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ

ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଶାଣିନୂଆଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟରେ ରହୁଥିବା ବୈଦ୍ୟନାଥ ପାଣିଗ୍ରାହୀ (୨୬) ଓ ଛତ୍ରପୁର ପୋଲିସ କଲୋନୀର ଶିବରାମ ପଟ୍ଟନାୟକ (୩୨) ବୋଲି ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଉଭୟ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ଅଭିଯୁକ୍ତମାନେ ପେସାଦାର ଲୁଟେରା ହୋଇଥିବା ବେଳେ ସେମାନଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ସେ କହିଛନ୍ତି।
ଶୁକ୍ରବାର ଅପରାହ୍ନରେ ଜଣେ ମହିଳାଙ୍କୁ ବୈଦ୍ୟନାଥ, ଶିବରାମ ମାରଣାସ୍ତ୍ର ଦେଖାଇ ତାଙ୍କଠାରୁ ସୁନା ଗହଣା ଓ ଟଙ୍କା ଲୁଟି ନେଇଥଲେ। ସଦର ଥାନା ପୋଲିସ ବୈଦ୍ୟନାଥଙ୍କଠାରୁ ଏକ ଭ୍ୟାନିଟ୍‌ ବ୍ୟାଗ ଯେଉଁଥିରେ ଗୋଟିଏ ସୁନା ଚେନ୍‌, ଗୋଟିଏ ମଙ୍ଗଳସୂତ୍ର , ୨ ହଳ କାନଫୁଲ ସହ ୪ ହଜାର ଟଙ୍କା ରହିଥିଲା, ତାକୁ ଜବତ କରିଛି । ଏହା ସହିତ ସେମାନେ ଗୋଶାଣିନୂଆଗାଁ ଥାନା ଅଞ୍ଚଳରୁ ଜଣେ ଲୋକଙ୍କଠାରୁ ମୋବାଇଲ ଝାମ୍ପି ନେଇଥିବା ବେଳେ ସେଗୁଡ଼ିକ ମଧ୍ୟ ଅଭିଯୁକ୍ତମାନଙ୍କଠାରୁ ଜବତ ହୋଇଥିବା ଏସ୍‌ଡିପିଓ ମହାପାତ୍ର କହିଛନ୍ତି । ଘଟଣା ବେଳେ ବ୍ୟବହୃତ ଏକ ସ୍କୁଟି, ଗୋଟିଏ ଛୋଟ କାତି ଓ ଛୁରି ମଧ୍ୟ ପୋଲିସ ଜବତ କରିଛି।
ପ୍ରକାଶ ଯେ, ସଦର ଥାନା ନିକଟ ଆଙ୍କୁଶପୁର ଗ୍ରାମର ମୂଳନିବାସୀ ଜନୈକା ମହିଳା ପ୍ରଣତି ସାହୁ ଗୋବିନ୍ଦ ବିହାରରେ ରହୁଥିଲେ। ଶୁକ୍ରବାର ଅପରାହ୍ନରେ ସେ ଆଙ୍କୁଶପୁରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ଲକରରେ ସୁନା ଗହଣାଗୁଡିକ ରଖିବା ପାଇଁ ପୁଅ ସହିତ ବ୍ୟାଙ୍କକୁ ଯାଉଥିଲେ। ଅପରାହ୍ନ ପ୍ରାୟ ୩ଟା ବେଳେ ଲୁଟେରାମାନେ ତାଙ୍କ ପିଛା କରିଥିବା ବେଳେ ଜଗଦଳପୁର ନିକଟରେ ଥିବା ଏକ ନିଛାଟିଆ ସ୍ଥାନରେ ମହିଳାଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିବା ସହ ସେ ଧରିଥିବା ଏକ ଭେନିଟ ବ୍ୟାଗ ନେଇଯାଇଥିଲେ । ଅଭିଯୋଗ ପରେ ପୋଲିସ ୯୩/୨୦ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଶୁକ୍ରବାର ରାତିରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri