୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ

ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଶାଣିନୂଆଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟରେ ରହୁଥିବା ବୈଦ୍ୟନାଥ ପାଣିଗ୍ରାହୀ (୨୬) ଓ ଛତ୍ରପୁର ପୋଲିସ କଲୋନୀର ଶିବରାମ ପଟ୍ଟନାୟକ (୩୨) ବୋଲି ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଉଭୟ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି। ଅଭିଯୁକ୍ତମାନେ ପେସାଦାର ଲୁଟେରା ହୋଇଥିବା ବେଳେ ସେମାନଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ସେ କହିଛନ୍ତି।
ଶୁକ୍ରବାର ଅପରାହ୍ନରେ ଜଣେ ମହିଳାଙ୍କୁ ବୈଦ୍ୟନାଥ, ଶିବରାମ ମାରଣାସ୍ତ୍ର ଦେଖାଇ ତାଙ୍କଠାରୁ ସୁନା ଗହଣା ଓ ଟଙ୍କା ଲୁଟି ନେଇଥଲେ। ସଦର ଥାନା ପୋଲିସ ବୈଦ୍ୟନାଥଙ୍କଠାରୁ ଏକ ଭ୍ୟାନିଟ୍‌ ବ୍ୟାଗ ଯେଉଁଥିରେ ଗୋଟିଏ ସୁନା ଚେନ୍‌, ଗୋଟିଏ ମଙ୍ଗଳସୂତ୍ର , ୨ ହଳ କାନଫୁଲ ସହ ୪ ହଜାର ଟଙ୍କା ରହିଥିଲା, ତାକୁ ଜବତ କରିଛି । ଏହା ସହିତ ସେମାନେ ଗୋଶାଣିନୂଆଗାଁ ଥାନା ଅଞ୍ଚଳରୁ ଜଣେ ଲୋକଙ୍କଠାରୁ ମୋବାଇଲ ଝାମ୍ପି ନେଇଥିବା ବେଳେ ସେଗୁଡ଼ିକ ମଧ୍ୟ ଅଭିଯୁକ୍ତମାନଙ୍କଠାରୁ ଜବତ ହୋଇଥିବା ଏସ୍‌ଡିପିଓ ମହାପାତ୍ର କହିଛନ୍ତି । ଘଟଣା ବେଳେ ବ୍ୟବହୃତ ଏକ ସ୍କୁଟି, ଗୋଟିଏ ଛୋଟ କାତି ଓ ଛୁରି ମଧ୍ୟ ପୋଲିସ ଜବତ କରିଛି।
ପ୍ରକାଶ ଯେ, ସଦର ଥାନା ନିକଟ ଆଙ୍କୁଶପୁର ଗ୍ରାମର ମୂଳନିବାସୀ ଜନୈକା ମହିଳା ପ୍ରଣତି ସାହୁ ଗୋବିନ୍ଦ ବିହାରରେ ରହୁଥିଲେ। ଶୁକ୍ରବାର ଅପରାହ୍ନରେ ସେ ଆଙ୍କୁଶପୁରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ଲକରରେ ସୁନା ଗହଣାଗୁଡିକ ରଖିବା ପାଇଁ ପୁଅ ସହିତ ବ୍ୟାଙ୍କକୁ ଯାଉଥିଲେ। ଅପରାହ୍ନ ପ୍ରାୟ ୩ଟା ବେଳେ ଲୁଟେରାମାନେ ତାଙ୍କ ପିଛା କରିଥିବା ବେଳେ ଜଗଦଳପୁର ନିକଟରେ ଥିବା ଏକ ନିଛାଟିଆ ସ୍ଥାନରେ ମହିଳାଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିବା ସହ ସେ ଧରିଥିବା ଏକ ଭେନିଟ ବ୍ୟାଗ ନେଇଯାଇଥିଲେ । ଅଭିଯୋଗ ପରେ ପୋଲିସ ୯୩/୨୦ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଶୁକ୍ରବାର ରାତିରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?