୨ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର: ଶ୍ୟାମାମଣି, ଉପେନ୍ଦ୍ରଙ୍କୁ ‘କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ ଓ ନାଟ୍ୟକଳା କ୍ଷେତ୍ରରେ ବିଶେଷ ଅବଦାନ ତଥା ଆଜୀବନ ସାଧନା ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୧୭ ଏବଂ ୨୦୧୮ ମସିହା ନିମନ୍ତେ ଏକାଡେମୀର ସର୍ବୋଚ୍ଚ କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ ଏବଂ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ବୁଧବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ପ୍ରତିଭାଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କ୍ରମରେ ୨୦୧୭ ଲାଗି କଟକର ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣି ଦେବୀ ଏବଂ ୨୦୧୮ ନିମନ୍ତେ ଗଞ୍ଜାମର ପ୍ରଖ୍ୟାତ ଦାସକାଠିଆ ଶିଳ୍ପୀ ଉପେନ୍ଦ୍ର କୁମାର ପାଣିଗ୍ରାହୀଙ୍କୁ କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପ୍ରତିଭାଙ୍କୁ ସମ୍ମାନିତ କରିଥିଲେ।
ଏହି ଅବସରରେ ୨୦୧୭ ଏବଂ ୨୦୧୮ ଦୁଇବର୍ଷ ପାଇଁ ଏକାଡେମୀ ସମ୍ମାନ ପ୍ରଦାନ କରାଯାଇଥିଲା। ୨୦୧୭ ଲାଗି ଓଡ଼ିିଶୀ କଣ୍ଠସଙ୍ଗୀତରେ ଶାନ୍ତିଲତା ବାରିକ ଛୋଟରାୟ, ହିନ୍ଦୁସ୍ତାନୀ କଣ୍ଠସଙ୍ଗୀତରେ ଅଳକା ଚାନ୍ଦ, ଯନ୍ତ୍ରସଙ୍ଗୀତ-ସୁଶୀର/ତାରରେ ରବିଶଙ୍କର ପ୍ରଧାନ, ଯନ୍ତ୍ରସଙ୍ଗୀତ-ଆନଦ୍ଧ ବାଦ୍ୟରେ କାଳନ୍ଦୀ ଚରଣ ପରିଡ଼ା, ସୁଗମ ସଙ୍ଗୀତରେ ଡ. ସୁଧା ମିଶ୍ର, ଲୋକବାଦ୍ୟରେ ଆଲୋକ ପ୍ରକାଶ ଦାସ, ଲୋକସଙ୍ଗୀତରେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ, ନାଟ୍ୟ ରଚନାରେ ହେମେନ୍ଦ୍ର ମହାପାତ୍ର, ଅଭିନୟରେ ବୃନ୍ଦାବନ ବାରିକ ଓ ବିଦ୍ୟୁତ୍‌ପ୍ରଭା ପଟ୍ଟନାୟକ, ନିର୍ଦ୍ଦେଶନା କ୍ଷେତ୍ରରେ ପ୍ରସନ୍ନ ମିଶ୍ର, ମଞ୍ଚକଳାରେ ଅନ୍ତର୍ଯ୍ୟାମୀ ପଣ୍ଡା, ଓଡ଼ିଶୀ ନୃତ୍ୟରେ ବ୍ରଜକିଶୋର ମଲ୍ଲିକ, ଲୋକନୃତ୍ୟରେ ନୀଳକଣ୍ଠ ତରେଇ, ଲୋକନାଟ୍ୟରେ ଡ. କେଶରଞ୍ଜନ ପ୍ରଧାନ, ଗୀତି-କବିତାରେ ମୀନାକ୍ଷୀ ଦେବୀଙ୍କୁ ଏକାଡେମୀ ସମ୍ମାନ ଦିଆଯାଇଥିଲା। ସେହିଭଳି ୨୦୧୮ ଲାଗି ଓଡ଼ିଶୀ କଣ୍ଠସଙ୍ଗୀତରେ ସୀମାଞ୍ଚଳ ଦାସ, ହିନ୍ଦୁସ୍ତାନୀ କଣ୍ଠସଙ୍ଗୀତରେ ହରିହର ରଥ, ଯନ୍ତ୍ର ସଙ୍ଗୀତ-ସୁଶୀର/ତାରରେ ରମେଶ ଚନ୍ଦ୍ର ଦାସ, ଯନ୍ତ୍ର ସଙ୍ଗୀତ-ଆନଦ୍ଧ ବାଦ୍ୟରେ ରାଧାକାନ୍ତ ନନ୍ଦ, ସୁଗମ ସଙ୍ଗୀତରେ ଗୀତା ଦାଶ, ଲୋକବାଦ୍ୟରେ ସନ୍ତୋଷ ସୁନା, ଲୋକସଙ୍ଗୀତରେ ବୀଥିକା ଚାଟ୍ଟାର୍ଜୀ, ନାଟ୍ୟ ରଚନାରେ ଡ. ସୁଧାଂଶୁ ନାୟକ, ଅଭିନୟରେ ନିରଞ୍ଜନ ସାହୁ ଓ ଲକ୍ଷ୍ମୀପ୍ରିୟା ମିଶ୍ର, ନାଟ୍ୟ ନିର୍ଦ୍ଦେଶନାରେ ହରେନ ସାହୁ, ମଞ୍ଚକଳାରେ ସଂଗ୍ରାମ କେଶରୀ ମହାରଣା, ଓଡ଼ିଶୀ ନୃତ୍ୟରେ ମୀରା ଦାସ, ଲୋକନୃତ୍ୟରେ ମାଗୁଣି ଜେନା, ଲୋକନାଟ୍ୟରେ ବିଜୟ କୁମାର ବହଳି ଏବଂ ଗୀତି-କବିତାରେ ବଦ୍ରି ମିଶ୍ରଙ୍କୁ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା। କବିସମ୍ରାଟ୍‌ ଉପେନ୍ଦ୍ର ଭଞ୍ଜ ସମ୍ମାନ ବାବଦରେ ୧ଲକ୍ଷ ଟଙ୍କା ଏବଂ ଏକାଡେମୀ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ଅର୍ଥରାଶି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri