୨ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କାମାକ୍ଷାନଗର,୧୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ମାଣ୍ଡୁକୁରାଠାରେ ସୋମବାର ଅପରାହ୍ନରେ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ତୁମୁସିଙ୍ଗା ଥାନା ଧୋବାବାହାଳି ଗ୍ରାମର କପିଳ ବେହେରାଙ୍କ ପୁଅ ବିମଳ ବେହେରା (୨୩)। ଗୁରୁତରମାନେ ହେଲେ ଧୋବାବାହାଳିର କାଳିଆ ସାହୁ(୨୪), କଣ୍ଟାପାଳର ହୃଷିକେଶ ସାହୁ(୨୪), ଖଇରପଶି ଗ୍ରାମର ମନମୋହନ ନାୟକ(୨୩)।
ପୋଲିସ କହିଛି, ବିମଳ ଓ କାଳିଆ ଏକ ବାଇକରେ ସାଆନ୍ଦାରୁ ପଣ୍ଡୁଆ ଅଭିମୁଖେ ଆସୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ହୃଷିକେଶ ଓ ମନମୋହନଙ୍କ ବାଇକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟବାସୀ ସମସ୍ତଙ୍କୁ ଉଦ୍ଧାର କରି ପ୍ରଥମେ ଅଁଳାବେରଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବିମଳଙ୍କୁ ମୃତ ଘୋଷଣା କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଅନ୍ୟ ଗୁରୁତରଙ୍କୁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ତୁମୁସିଙ୍ଗା ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଛି। ଏ ନେଇ କେସ ନଂ. ୮୦ /୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସମସ୍ତେ ମୋ ପୁଅ ପରି ପୁଅ ଚାହିଁବେ’, ସିଡ଼ନୀ ଆକ୍ରମଣ ପରେ ଏମିତି କହିଲେ ଆତଙ୍କବାଦୀଙ୍କ ମା’

ସିଡ଼ନୀ,୧୫।୧୨: ଅଷ୍ଟ୍ରେଲିଆ ସିଡନୀର ବଣ୍ଡି ବିଚରେ ଏକ ଯିହୂଦୀ ଉତ୍ସବ ପାଇଁ ପ୍ରସ୍ତୁତି ସମୟରେ ଲୋକମାନଙ୍କୁ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅତି କମରେ ୧୫...

ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା...

ବର୍ଷ ସରୁ ସରୁ ଇତିହାସ ରଚିଲା ଭାରତ, ଜିତିଲା ବିଶ୍ୱକପ

ନୂଆଦିଲ୍ଲୀ,୧୫।୧୨: ୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ...

ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ...

ମୁସଲମାନ ଗୃହମନ୍ତ୍ରୀଙ୍କ ପାଇଁ ବ୍ରିଟେନରୁ ବାହାରିବେ ଲକ୍ଷ ଲକ୍ଷ ମୁସଲମାନ! ଭାରତ ଉପରେ କେମିତି ପଡ଼ିବ ପ୍ରଭାବ ଜାଣନ୍ତୁ

ଲଣ୍ଡନ,୧୫।୧୨: ବ୍ରିଟେନର ଏକ ନୂଆ ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ବର୍ତ୍ତମାନର ଆଇନ ଅନୁଯାୟୀ, ପ୍ରାୟ ୯ ନିୟୁତ ଲୋକ, ଅର୍ଥାତ ଦେଶର ଜନସଂଖ୍ୟାର ୧୩...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri