୨ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଦେବଗଡ଼/ରିଆମାଳ,୧୩।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ବ୍ଲକ ଛତାବରସ୍ଥିତ ଜଟିଆନାଳୀଠାରେ ସୋମବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟିଙ୍କହୀର ପଟାପଥର ଗ୍ରାମର ଉତ୍ତମ ସାହୁ (୪୦) ଓ ଗୁରୁତର ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ଗ୍ରାମର ଲିଟୁ ସାହୁ(୨୫)।
ସୂଚନାଯୋଗ୍ୟ, ସକାଳେ ଲିଟୁ ବାଇକ୍‌ ଯୋଗେ ଛତାବରରୁ ଘରକୁ ଯାଉଥିବା ବେଳେ ବେଳେ ଉତ୍ତମ ତିଲିଲିମୁଣ୍ଡାରୁ ଘରକୁ ଫେରୁଥିଲେ। ତେବେ ଉଭୟଙ୍କ ବାଇକ୍‌ ଜଟିଆନାଳୀଠାରେ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଛତାବର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଉତ୍ତମଙ୍କୁ ମୃତ ଘୋଷଣା କରିଥିବା ବେଳେ ଲିଟୁଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ରିଆମାଳ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri