୨ ବିଦେଶୀ ମଦ ଦୋକାନ ସିଲ୍‌  

ଢେଙ୍କାନାଳ ଅଫିସ, ୨୯।୫-ଲକ୍‌ଡାଉନ ନିୟମ ଭାଙ୍ଗି ଖୋଲାଖୋଲି ମଦ ବିକ୍ରି କରୁଥିବା ଅଭିଯୋଗରେ ଢେଙ୍କାନାଳ ସହରରେ୨ ବିଦେଶୀ ମଦ ଦୋକାନକୁ ପୋଲିସ ସିଲ୍‌ କରିଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ବସ୍‌ଷ୍ଟାଣ୍ଡ ଏବଂ ମହାବୀର ବଜାରସ୍ଥିତ ସମ୍ପୃକ୍ତ ଦୁଇ ବିଦେଶୀ ମଦ ଦୋକାନ ବିରୋଧରେ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦୋଷୀ ସାବ୍ୟସ୍ତ ହେଲେ ଦୋକାନର ଲାଇସେନ୍ସ ରବ୍ଦ କରାଯିବ ବୋଲି ଜିଲାପାଳ କହିଛନ୍ତି। ଏହି ଦୁଇ ଦୋକାନର ବ୍ୟବସାୟୀଙ୍କ ନାମରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି। ଅଭିଯୁକ୍ତ ଫେରାର ଥିବା ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ସୂଚନା ଦେଇଛନ୍ତି।
ମେ ୨୫ରେ ଅନ୍‌ଲାଇନ୍‌ ମଦ ବ୍ୟବସାୟକୁ ଅନୁମତି ମିଳିଥିଲା। ହେଲେ ଉକ୍ତ ୨ ଦୋକାନରେ ସାମ୍ନାପଟୁ ତାଲା ପକାଯାଇ ଭିତିରିଆ ଅଫ୍‌ଲାଇନ୍‌ରେ ମଦ ବ୍ୟବସାୟ କରାଯାଉଥିବା ଅଭିଯୋଗ ହୋଇଥିଲା। ସବୁଠାରୁ ବଡ଼ କଥା ସିଲ୍‌ ହୋଇଥିବା ୨ ବିଦେଶୀ ମଦ ଦୋକାନଠାରୁ ୩୦୦ ମିଟର ଦୂରରେ ଜିଲା ଅବକାରୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ରହିଛି। ଏହାସତ୍ତ୍ୱେ ଏପରି ଅନିୟମିତତା କିପରି ଜଣାପଡ଼ିଲା ନାହିଁ, ତାକୁ ନେଇ ସହରରେ ଚର୍ଚ୍ଚା ଜୋର୍‌ ଧରିଛି। ଘଟଣା ଜଣାପଡିବା ପରେ ଜିଲାପାଳ ଅବକାରୀ ବିଭାଗକୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ବିଭାଗୀୟ ଅଧିକାରୀଙ୍କ ନୀରବତା ପରେ ପୋଲିସ ପକ୍ଷରୁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି।

ଫଟୋ- ୧-ବସଷ୍ଟାଣ୍ଡସ୍ଥିତ ବିଦେଶୀ ମଦ ଦୋକାନକୁ ସିଲ କରାଯାଉଛି।)


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri