୨ ମାସ ପର୍ଯ୍ୟନ୍ତ ମାଗଣାରେ ଜି-ସୋନୀ-ଷ୍ଟାର୍‌-କଲର୍ସ ଚ୍ୟାନେଲ ଦେଖିବେ ଲୋକେ: ଆଇବିଏଫ୍‌ କଲା ଘୋଷଣା

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଶୁଟିଂ ହୋଇ ପାରୁନି। ତେଣୁ ଡିଡି-୧ ଏବଂ ଡିଡି-୨ରେ ଲୋକପ୍ରିୟ ଧାରାବାହିକ ରାମାୟଣ ଓ ମହାଭାରତର ପ୍ରସାରଣ ପୁଣି ଆରମ୍ଭ ହୋଇଛି। ଲୋକେ ଘରେ ରହି ବୋର୍‌ ନ ହେବା ପାଇଁ ଏଭଳି କରାଯାଇଥିବା କୁହାଯାଉଥିଲେ ମଧ୍ୟ ଏହା ଦ୍ୱାରା ଟିଆର୍‌ପି ସଂଗ୍ରହ ଆଶା ରହିଥିବା ଚର୍ଚ୍ଚା ହେଉଛି। ସେହିଭଳି ଏବେ ଲୋକେ ମାଗଣାରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ଜି-ଷ୍ଟାର୍‌-କଲର୍ସର କିଛି ଚ୍ୟାନେଲ ଦେଖିପାରିବେ। ଏନେଇ ଇଣ୍ଡିଆନ୍‌ ବୋର୍ଡକାଷ୍ଟିଂ ଫାଉଣ୍ଡେଶନ(ଆଇବିଏଫ୍‌) ପକ୍ଷରୁ ଘୋଷଣା କରାଯାଇଛି। ସେଥିମଧ୍ୟରୁ ସୋନୀର ସୋନୀ ପଲ୍‌, ଷ୍ଟାର୍‌ ଇଣ୍ଡିଆର ଷ୍ଟାର ଉତ୍ସବ, ଜି ଟିଭିର ଜି ଅନମୋଲ୍‌ ଏବଂ ଭିଆକମ୍‌-୧୮ର କଲର୍ସ ରିସ୍ତେ ଆଦି ଚ୍ୟାନେଲ୍‌ ରହିଥିବା ଆଇବିଏଫ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri