ବୁଗୁଡ଼ା,୨ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ଝିଅଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ମା’ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ପୋଲିସ କହିଛି।
ଥାନା ପୁରୁଣାପାଣି କେଶର ଗ୍ରାମର ଦୁଃଖା ଗୌଡ଼ଙ୍କ ଝିଅ ଶୁଭଶ୍ରୀ ସେପ୍ଟେମ୍ବର ୧୭ ତାରିଖରେ ଭଗବାନପୁର ଗ୍ରାମରେ ବିନା ଯୌତୁକରେ ବିବାହ ହୋଇଥିଲା। କିନ୍ତୁ ପରେ ତାଙ୍କ ଶ୍ୱଶୁର ଘର ଲୋକେ ୨ ଲକ୍ଷ ଟଙ୍କା ସହ ସୁନାମୁଦି ଓ ଚେନ ଦାବି କରି ବୋହୂ ଶୁଭଶ୍ରୀଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିଲେ। ତେଣୁ ଶୁଭଶ୍ରୀଙ୍କ ବାପା ଦୁଇ ମାସ ମଧ୍ୟରେ ଏସବୁ ଦେବେ ବୋଲି କହିଥିଲେ । କିନ୍ତୁ ଏଥିରେ ଶ୍ୱଶୁର ଘର ଲୋକେ ରାଜି ନ ହୋଇ ଶୁଭଶ୍ରୀଙ୍କୁ ମାଡ଼ ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ପରେ ସେପ୍ଟେମ୍ବର ୧୮ ତାରିଖରେ ତୁମ ଝିଅ ୨ ମାସ ହେଲା କୁଆଡ଼େ ଚାଲି ଯାଇଛି ବୋଲି ଜ୍ୱାଇଁ ଫୋନରେ ଶୁଭଶ୍ରୀଙ୍କ ମା’ଙ୍କୁ କହିଥିଲେ। ଅନ୍ୟ ପଟେ ଶୁଭଶ୍ରୀ ତାଙ୍କ ମା’ଙ୍କୁ ଫୋନ କରୁନାହାନ୍ତି କି ଜ୍ୱାଇଁଙ୍କୁ ଫୋନ କଲେ ସେ ଉଠାଉ ନାହାନ୍ତି। ତେଣୁ ଝିଅକୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ସନ୍ଦେହ କରି ଶୁଭଶ୍ରୀଙ୍କ ମା’ ବୁଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ
ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…
ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ
ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…
ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ
ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…
ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ
ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…
ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ
ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…
ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…
ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…
ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ
ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…
ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…
ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…
Archives

