Posted inଜାତୀୟ

୨ ମାସରେ ୬୦୦ ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ,୧୨ା୧୦: ପାକିସ୍ତାନୀ ସେନା ସୀମାରେ ୨ ମାସ ମଧ୍ୟରେ ୬୦୦ରୁ ଊର୍ଦ୍ଧ୍ୱ ଥର ଅସ୍ତ୍ରବିରତି ଉଲ୍ଲଂଘନ କଲାଣି। ସୀମା ସେପଟୁ ଗୁଳିବର୍ଷା ଓ ମୋର୍ଟାର ମାଡ଼ରୁ କ୍ଷାନ୍ତ ରହିବା ପାଇଁ ପାକିସ୍ତାନକୁ ଚେତାଇଦେଇଛି ଭାରତ। ପ୍ରତିପକ୍ଷ ସେନା ସୀମାନ୍ତବାସୀଙ୍କୁ ଟାର୍ଗେଟ କରିବା ବନ୍ଦ ନ କଲେ ପରିଣାମ ଭୋଗିବ ବୋଲି ହଟ୍‌ଲାଇନ୍‌ରେ ତାଗିଦ କରାଯାଇଛି। ସେନାମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍‌ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ସେନା କମାଣ୍ଡରମାନଙ୍କ ସମ୍ମିଳନୀ ହେବ। ଏହାସହ ରାଓ୍ବତ୍‌ ନିୟନ୍ତ୍ରଣରେଖା (ଏଲ୍‌ଓସି) ପରିଦର୍ଶନ କରି ସୀମା ସ୍ଥିତି ସମୀକ୍ଷା କରିବେ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାନୁସାରେ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏଲ୍‌ଓସିରେ ସର୍ବାଧିକ ଉତ୍ତେଜନା ଦେଖାଦେଇଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୭୭୮ କି.ମି. ବିସ୍ତୃତ ଏଲ୍‌ଓସିରେ ଚଳିତବର୍ଷ ଶତ୍ରୁପକ୍ଷ ୨,୩୨୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିସାରିଲାଣି, ଯାହାକି ୨୦୦୩ ପରଠୁ ସର୍ବାଧିକ। ଚଳିତବର୍ଷ ୩୧ ଯବାନ ଶହୀଦ ହୋଇଥିବାବେଳେ ଜବାବୀ କାର୍ଯ୍ୟାନୁଷ୍ଠାନରେ ଏଲ୍‌ଓସି ଏବଂ ଜମ୍ମୁ-କଶ୍ମୀରରେ ଅଦ୍ୟାବଧି ୧୪୭ ଆତଙ୍କବାଦୀ ନିହତ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri