୨ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ଅଭିଯୋଗ, ୩ ଅଟକ

ବୁଗୁଡ଼ା,୨୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ୨ ଜଣ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୧୪୮/୧୯ରେ ଏକ ମାମଲା ରୁଜୁ କରି ୩ ଯୁବକଙ୍କୁ ଥାନାରେ ଅଟକ ରଖିତ୍ଥିବା ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା କହିିଛନ୍ତି। ପ୍ରକାଶ ଯେ, ଶୁକ୍ରବାର ରାତି ପ୍ରାୟ ୯ ଟାରେ ଉକ୍ତ ଥାନା ପଙ୍କଳ ସାହି ଗ୍ରାମ ନିକଟ ଏକ ବିଶ୍ରାମାଗାରରେ ସେହି ଗ୍ରାମର ୩ଜଣ ଯୁବକ ନିଶାସକ୍ତ ଅବସ୍ଥାରେ ବସିଥିଲେ। କିଛି ସମୟ ପରେ ସେଠାରେ ବୁଗୁଡ଼ା ଥାନା ବି.ବ୍ରହ୍ମପୁରର ଅମର ବେହେରା, ରାମ ବେହେରା ଓ କଳ୍‌କି ପଲାଇ ଆସି ପହଞ୍ଚତ୍ଥିଲେ। ପୂର୍ବ ଶତ୍ରୁତାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ସହ ମାରପିଟ ହୋଇଥିଲା। ପରେ ସମ୍ପୃକ୍ତ ୩ଜଣ ଯୁବକ ଅମର ଓ ରାମ ବେହେରାଙ୍କୁ ମାଡ଼ି ବସି ତାଙ୍କ ତଣ୍ଟି ବ୍ଲେଡରେ କାଟି ଦେଇ ରକ୍ତାକ୍ତ ଅବସ୍ଥାରେ ଛାଡ଼ି ଦୌଡ଼ି ପଳାଇଥିଲେ। ଏହି ସମୟରେ କଳ୍‌କି ସେଠାରୁ ଖସି ଆସି ଥାନାରେ ଅଭିଯୋଗ କରିଥିଲେ। ଖବର ପାଇ ବି. ବ୍ରହ୍ମପୁରର କେତେଜଣ ଲୋକ ପହଞ୍ଚତ୍ ଗୁରୁତରଙ୍କୁ ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ପଠାଯାଇଥିଲା। ବୁଗୁଡ଼ା ପୋଲିସ ଆକ୍ରମଣ କରିଥିବା ୩ ଜଣଙ୍କୁ ଧରି ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri