୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ

ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ ଯୁବକ ଗତ ଜାନୁୟାରୀରୁ ଫେରାର ହୋଇଯାଇଛନ୍ତି। ଏପରି ଘଡିସନ୍ଧି ସମୟରେ ଗତ ୬ ତାରିଖରେ ବଲାଙ୍ଗୀର ଜିଲା ଲୋଇସିଂହା ଡାକ୍ତରଖାନାରେ ଦ୍ୱିତୀୟ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି ସେହି ଯୁବତୀ। ନିଃସହାୟ ଅବସ୍ଥାରେ ସେ ୨ଶିଶୁକନ୍ୟାଙ୍କୁ ଧରି ରହିଛନ୍ତି । ଲକ୍‌ଡାଉନ୍‌ ଯୋଗୁ ତାଙ୍କ ବାପ ଘର ଲୋକେ ବି ସହାୟତା ପାଇଁ ଆସିପାରୁ ନାହାନ୍ତି । ସ୍ବାମୀଙ୍କ ସହ ତାଙ୍କର କୌଣସି ଯୋଗାଯୋଗ ସମ୍ଭବ ନ ହେବାରୁ ଗତ ୮ ତାରିଖରେ ସେ ତାଙ୍କ ବିରୋଧରେ ଲୋଇସିଂହା ଥାନାରେ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ନୟାଗଡ଼ ଜିଲା ଖଣ୍ଡୁ ଗାଁର ଜଣେ ଯୁବତୀଙ୍କ ସହ ସେହି ଗଁାର ବିକ୍ରମ ପଧାନଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ପରେ ସଂପୃକ୍ତ ଯୁବତୀ ଗର୍ଭବତୀ ହୋଇଥିଲେ। ଏହାପରେ ଉଭୟେ ୨୦୧୩ରେ ଗଁା ଛାଡି ନୟାଗଡ ପଳାଇ ଆସିଥିଲେ। ସେଠାରେ ସ୍ବାମୀ-ସ୍ତ୍ରୀ ଭାବେ ରହୁଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ପ୍ରାୟ ଦେଢ଼ବର୍ଷ ତଳେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନରେ କାମ କରୁଥିବା ବିକ୍ରମ ବଲାଙ୍ଗୀର ଜିଲାକୁ ବଦଳି ହୋଇ ଆସିବା ପରେ ଲୋଇସିଂହା ନୂଆପଡାରେ ଘର ଭଡା ନେଇ ରହୁଥିଲେ । ଇତିମଧ୍ୟରେ ସଂପୃକ୍ତ ଯୁବତୀ ଦ୍ୱିତୀୟ ଥର ଗର୍ଭବତୀ ହୋଇଥିଲେ । ଏହାପରେ ବିକ୍ରମ ତାଙ୍କୁ ବିଭିନ୍ନ ଅବହେଳା କରି ଚାଲିଥିଲେ । ଶେଷରେ ଗତ ଜାନୁୟାରୀ ୫ ତାରିଖରେ କର୍ମକ୍ଷେତ୍ର ଯୋଗୀସର୍ଡାକୁ ଯାଉଛି କହି ଘର ଛାଡିଥିଲେ । ହେଲେ ସେଠାରୁ ଆଉ ଘରକୁ ଫେରି ନ ଥିଲେ। ଡାକ୍ତରଖାନାରେ ସଂପୃକ୍ତା ଯୁବତୀଙ୍କୁ ନର୍ସମାନେ ଦେଖାରେଖା କରିଥିଲେ। ସ୍ଥାନୀୟ ପଞ୍ଚାୟତରୁ ଦୁଇବେଳା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଥିଲା। ଡାକ୍ତରଖାନାରୁ ଡିସଚାର୍ଜ ପରେ ଏବେ ସେ ନିଜ ଭଡା ଘରେ ରହୁଛନ୍ତି। ନବଜାତ ଶିଶୁକନ୍ୟା ଓ ବଡଝିଅକୁ ନେଇ ସେ କିପରି ଦିନ କାଟିବେ ବୋଲି ଚିନ୍ତାରେ ପଡିଛନ୍ତି ା ତାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୪୫/୨୦) ରୁଜୁ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri