୨ ହାତୀଦାନ୍ତ ଜବତ: ୫ ଗିରଫ

ବାରିପଦା ଅଫିସ ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ଟିଟିଆ ଛକରୁ ବନ ବିଭାଗ ଗୁରୁବାର ସନ୍ଧ୍ୟାରେ ଦୁଇଟି ହାତୀଦାନ୍ତ ଜବତ କରିବା ସହିତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଦଳା ଥାନା ଅନ୍ତର୍ଗତ ଉପର ତଳଡିହାର ଦେବେନ୍ଦ୍ର ମାହାଲି, ଜଗନ୍ନାଥ ସିଂ, ପଙ୍କଜ କୁମାର ମାହାଲି, ବିନୁ ସିଂ ଓ ଜାମୁଡ଼ିହାର ସୁଶାନ୍ତ ସିଂ।
ସୂଚନା ଅନୁଯାୟୀ, ହାତୀଦାନ୍ତ ଚାଲାଣ ହେଉଥିବା ସମ୍ପର୍କରେ ବିଶେଷ ସୂତ୍ରରୁ ଖବରପାଇ ବନ ବିଭାଗ ଟିଟିିଆ ଛକଠାରେ ଛପି ରହିଥିଲା। ସନ୍ଧ୍ୟା ସମୟରେ ଏକ ଅଟୋ (ଓଡ଼ି ୧୧- ୫୨୮୦)ରେ ଯୁବକମାନେ ହାତୀ ଦାନ୍ତ ନେଇ ଯାଉଥିବା ସମୟରେ ବନ ବିଭାଗ ସେମାନଙ୍କୁ ଗିରଫ କରିଥିଲା। ଅଟୋ ସହ ହାତୀ ଦାନ୍ତକୁ ଜବତ କରାଯାଇଥିଲା। ଗୋଟିଏ ହାତୀଦାନ୍ତର ଓଜନ ୬୦୦ ଗ୍ରାମ୍‌ ହୋଇଥିବା ବେଳେ ଅନ୍ୟଟିର ଓଜନ ୭୦୦ ଗ୍ରାମ୍‌ । ଜବତ ହାତୀଦାନ୍ତର ମୂଲ୍ୟ ୬୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନ ବିଭାଗ ପ୍ରକାଶ କରିଛି। ଏ ନେଇ ଏକ ମାମଲା (ନଂ.୬୪ /୨୦) ରୁଜୁ ହୋଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବାରିପଦା ରେଞ୍ଜର ଲକ୍ଷ୍ମୀଧର ବେହେରା କହିଛନ୍ତି। ଏହି ଚଢ଼ାଉରେ ଫରେଷ୍ଟର ପ୍ରଶାନ୍ତ କୁମାର ସିଂ ସାମନ୍ତ, ତ୍ରିନାଥ ସାମଲ, ଅନିଲ କୁମାର ମହାନ୍ତଙ୍କ ସମେତ ବନ ବିଭାଗର କର୍ମଚାରୀମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri