୨.୮୦ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍‌) ବୁଧବାର ପ୍ରତ୍ୟୁଷରେ ନୀଳଗିରି ଥାନା ମିତ୍ରପୁର ଅଞ୍ଚଳରେ ଚଢାଉ କରି ଅଢେଇ କେଜିରୁ ଊର୍ଦ୍ଧ୍ୱ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ଅଢେଇ କୋଟି ଟଙ୍କା ହେବ। ଏହି ଘଟଣାରେ ମିତ୍ରପୁର ଅଞ୍ଚଳର ପ୍ରଦୀପ ଦାସ ଏବଂ କଲ୍ୟାଣୀ ଗ୍ରାମର ଲକି ବେହେରାଙ୍କୁ ଗିରଫ କରାଯାଇଛି। ମୁଖ୍ୟ ବେପାରୀ ଖସି ଯାଇଥିବା ଜଣାପଡିଛି। ସେହିପରି ସନ୍ଧ୍ୟାରେ ଏସ୍‌ଟିଏଫ୍‌ ଓ ଜଳେଶ୍ୱର ପୋଲିସ୍‌ ମିଳିତ ଭାବେ ଚଢ଼ାଉ କରି ଥାନା ଅଧୀନ ଝାଡ଼େଶ୍ୱରପୁର (ରାଜପୁର) ବସ୍ତିରୁ ୩୦ ଲକ୍ଷ ଟଙ୍କା ମୂଲ୍ୟର ୩୦୦ ଗ୍ରାମ ବ୍ରାଉନ୍‌ ସୁଗାର ସହିତ ଏକ ନମ୍ବର ବିହୀନ ବୁଲେଟ ଜବତ କରିଛନ୍ତି। ଅଭିଯୁକ୍ତ ବେପାରୀ ଚମ୍ପଟ ମାରିଛନ୍ତି। ଏହି ଦୁଇ ସ୍ଥାନରୁ ପ୍ରାୟ ୨ କୋଟି ୮୦ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଧରାପଡିଛି। ପୂର୍ବରୁ ଏ ଅଞ୍ଚଳରୁ ଏତେ ପରିମାଣର ବ୍ରାଉନ ସୁଗାର କେବେ ଧରାପଡି ନ ଥିଲା।
ନୀଳଗିରି ଏସ୍‌ଡ଼ିପିଓ ଅମୂଲ୍ୟ କୁମାର ଧର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ବ୍ରାଉନସୁଗାର କାରବାର ମିତ୍ରପୁର ଅଞ୍ଚଳରେ ବୃଦ୍ଧି ପାଉଥିବା ସୂଚନା ପାଇ ବେପାରୀଙ୍କୁ ଧରିବା ଲାଗି ଜାଲ ବିଛାଯାଇଥିଲା। ମଙ୍ଗଳବାର ରାତିରେ କେତେକ ବ୍ରାଉନ୍‌ସୁଗାର ବେପାରୀ କୌଣସି ଏକ ସ୍ଥାନରେ ଭୋଜି କରି ଫେରୁଥିବା ବେଳେ ଏସ୍‌ଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେମାନେ ଛତ୍ରଭଙ୍ଗ ଦେବା ବେଳେ ୨ ଜଣ ଧରାପଡ଼ିଥିଲେ। ସେମାନଙ୍କଠାରୁ ଅଢ଼େଇ କେଜି ବ୍ରାଉନ୍‌ସୁଗାର ମିଳିଥିଲା। ଗିରଫ ଦୁଇ ଅଭିଯୁକ୍ତଙ୍କୁ ଭୁବନେଶ୍ୱର ନିଆଯାଇ ଏସ୍‌ଟିଏଫ୍‌ ପଚରାଉଚୁରା କରୁଥିବା ଜଣାପଡିଛି। ଜଳେଶ୍ୱରର ଆମ ସ୍ବତନ୍ତ୍ର ପ୍ରତିନିଧି ଜଣାଇଛନ୍ତି ଯେ, ଝାଡ଼େଶ୍ୱରପୁର (ରାଜପୁର) ଗାଁର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ବ୍ରାଉନ୍‌ସୁଗର ରଖାଯାଇଥିବା ଖବର ପାଇ ଏସ୍‌ଟିଏଫ୍‌ର ଡିଏସ୍‌ପି ମନୋଜ କୁମାର ରାଉତ ସଦଳବଳ ଆସି ଜଳେଶ୍ୱର ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ଜଳେଶ୍ୱର ଆଇଆଇସି ଧନେଶ୍ୱର ସାହୁଙ୍କ ସହ ପୋଲିସ୍‌ ଫୋର୍ସ ନେଇ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ କେହି ଧରାପଡି ନ ଥିଲେ ମଧ୍ୟ ୩୦୦ ଗ୍ରାମ ବ୍ରାଉନ୍‌ ସୁଗାର ଓ ଏକ ନମ୍ବର ବିହୀନ ବୁଲେଟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?